31.1 C
Bhubaneswar
Tuesday, May 7, 2024
Homeଦେଶ ବିଦେଶଆଫଗାନିସ୍ତାନରେ ଭାରତୀୟଙ୍କ ସୁରକ୍ଷାକୁ ନେଇ ବଢିଲା ଚିନ୍ତା

ଆଫଗାନିସ୍ତାନରେ ଭାରତୀୟଙ୍କ ସୁରକ୍ଷାକୁ ନେଇ ବଢିଲା ଚିନ୍ତା

ନୂଆଦିଲ୍ଲୀ : ତାଲିବାନର ଆଫଗାନିସ୍ତାନ ଦଖଲ ପରେ ସେଠାରେ ସୃଷ୍ଟି ହୋଇଛି ଭୟଙ୍କର ସ୍ଥିତି । ଏଭଳି ସମୟରେ ସେଠାରେ ରହୁଥିବା ଭାରତୀୟ ନାଗରିକଙ୍କ ସୁରକ୍ଷାକୁ ନେଇ ଚିନ୍ତିତ ହୋଇପଡ଼ିଛି । ନୂଆଦିଲ୍ଲୀ ଭାରତୀୟଙ୍କ ସୁରକ୍ଷା ସହ ସେମାନଙ୍କ ସୁରକ୍ଷିତ ଉଦ୍ଧାର ଲାଗି ସବୁ ପ୍ରକାର ଆବଶ୍ୟକ ପଦକ୍ଷେପ ନିଆଯିବ ବୋଲି କୁହାଯାଇଛଇ । ବୈଦେଶିକ ମନ୍ତ୍ରାଳୟ ପ୍ରବକ୍ତା ଅରିନ୍ଦମ ବାଗଚି କହିଛନ୍ତି, ଆଫଗାନିସ୍ତାନରେ ରହୁଥିବା ଶିଖ୍ ଓ ହିନ୍ଦୁ ସମୁଦାୟ ପ୍ରତିନିଧିଙ୍କ ସହ ମନ୍ତ୍ରାଳୟ ଯୋଗାଯୋଗରେ ରହିଛି । ଯେଉଁମାନେ ଆଫଗାନୀସ୍ତାନ ଛାଡ଼ିବାକୁ ଚାହୁଁଛନ୍ତି, ସେମାନଙ୍କୁ ଭାରତ ଫେରାଇ ଆଣିବାକୁ ସବୁ ପ୍ରକାର ସହାୟତା ଯୋଗାଇ ଦିଆଯିବ ।

ସେଠାରେ ରହୁଥିବା ଭାରତୀୟଙ୍କ ପାଇଁ ନୂଆଦିଲ୍ଲୀ ପକ୍ଷରୁ ବିଭିନ୍ନ ସମୟରେ ନୂଆ ନୂଆ ପରାମର୍ଶ ଜାରି କରାଯାଉଛି । କାବୁଲ୍ ଏୟାରପୋର୍ଟରେ ବିମାନ ସେବା ହଠାତ୍ ବନ୍ଦ ହେବା ପରେ ଭାରତୀୟଙ୍କ ସ୍ୱଦେଶ ପ୍ରତ୍ୟାବର୍ତ୍ତନରେ ସମସ୍ୟା ସୃଷ୍ଟି ହୋଇଛି । ଯେତେ ଶୀଘ୍ର ବିମାନସେବା ଆରମ୍ଭ ହେବ, ତୁରନ୍ତ ଭାରତୀୟଙ୍କୁ ଫେରାଇ ଆଣିବାର ବ୍ୟବସ୍ଥା କରାଯିବ ବୋଲି ବିଦେଶ ମନ୍ତ୍ରଣାଳୟ ପକ୍ଷରୁ କୁହାଯାଇଛି । କାବୁଲ ଏୟାରପୋର୍ଟ ଶୀଘ୍ର କାର୍ଯ୍ୟକ୍ଷମ କରିବାକୁ ଆମେରିକା ସହ କଥା ହୋଇଛନ୍ତି ବିଦେଶ ମନ୍ତ୍ରୀ ଏସ୍. ଜୟଶଙ୍କର । ଏହାଛଡ଼ା ଆଫଗାନିସ୍ତାନରେ ଥିବା ଭାରତୀୟଙ୍କୁ ସହାୟତା ଯୋଗାଇଦେବାକୁ ବିଦେଶ ମନ୍ତ୍ରଣାଳୟ ପକ୍ଷରୁ ଫୋନ୍ ନମ୍ବର ଓ ଇମେଲ୍ ଆଇଡି ଜାରି କରାଯାଇଛି ।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking