36.1 C
Bhubaneswar
Saturday, May 18, 2024
Homeଓଡିଶାମହିଳାଙ୍କ ନିଖୋଜ ପଛରେ ଗୃହ ରାଜ୍ୟ ମନ୍ତ୍ରୀ କ୍ୟାପଟେନ୍ ଦିବ୍ୟଶଙ୍କର ମିଶ୍ରଙ୍କ ହାତ - କଂଗ୍ରେସ

ମହିଳାଙ୍କ ନିଖୋଜ ପଛରେ ଗୃହ ରାଜ୍ୟ ମନ୍ତ୍ରୀ କ୍ୟାପଟେନ୍ ଦିବ୍ୟଶଙ୍କର ମିଶ୍ରଙ୍କ ହାତ – କଂଗ୍ରେସ

*ମମିତା ମେହେର ଅପହରଣ ଓ ନିଖୋଜ ଘଟଣାର ସିବିଆଇ କିମ୍ବା ବିଚାରବିଭାଗୀୟ ତଦନ୍ତ ଦାବି କଲେ କଂଗ୍ରେସ ବିଧାୟକ ଶ୍ରୀ ସନ୍ତୋଷ ସିଂ ସାଲୁଜା*

 

ଭୁବନେଶ୍ୱର – ରାଜ୍ୟରେ ମହିଳା ସବୁଠାରୁ ଅଧିକ ବିପଦରେ ଓ ଅସୁରକ୍ଷିତ ଏକଥା ମମିତା ମେହେର ଅପହରଣ ଓ ନିଖୋଜ ଘଟଣାରୁ ପୁର୍ନବାର ସତ୍ୟ ପ୍ରମାଣିତ ହୋଇଛି ବୋଲି କଂଗ୍ରେସର ବରିଷ୍ଠ ନେତା ତଥା କଣ୍ଟାବାଞ୍ଝି ବିଧାୟକ ସନ୍ତୋଷ ସିଂ ସାଲୁଜା ଅଭିଯୋଗ କରିଛନ୍ତି । ଆଜି ପ୍ରଦେଶ କଂଗ୍ରେସ କର୍ଯ୍ୟାଳୟ ଠାରେ ଆୟୋଜିତ ଏକ ସାମ୍ବାଦିକ ସମ୍ମିଳନୀରେ ଶ୍ରୀ ସାଲୁଜା, ମୁଖପାତ୍ର ପ୍ରଶାନ୍ତ ଶତପଥି ଓ ରଜନୀ ମହାନ୍ତିଙ୍କ ଉପସ୍ଥିତିରେ ଶିକ୍ଷୟତ୍ରୀ ମମିତା ମେହେର ଅପହରଣ ଓ ନିଖୋଜ ଘଟଣାରେ ଗୃହ ରାଜ୍ୟ ମନ୍ତ୍ରୀ କ୍ୟାପଟେନ ଦିବ୍ୟଶଙ୍କର ମିଶ୍ରଙ୍କ ସିଧାସଳଖ ସଂପୃକ୍ତିର ଅଭିଯୋଗ ଆଣିବା ସହିତ ପିଡୀତା ଓ ତାଙ୍କ ପରିବାରକୁ ତୁରନ୍ତ ନ୍ୟାୟ ପ୍ରଦାନ କରିବାକୁ ଦାବି କରିଛନ୍ତି । ଗତ ୮ ଅକ୍ଟୋବର ଶୁକ୍ରବାର ଦିନ ମମିତା ମେହେର ସକାଳ ୫ଘଂଟା ୪୫ ମି. ରେ ଜୟବଜରଙ୍ଗ ବାଲି ବସରେ ତାଙ୍କ କାର୍ଯ୍ୟସ୍ଥଳୀ ମହାଲିଙ୍ଗ୍ ଯାଉଥିଲେ । କିନ୍ତୁ ମହାଲିଙ୍ଗ ପୂର୍ବରୁ ଚାନ୍ଦତାରା ଛକରେ, ସେ ଶିକ୍ଷକ ଭାବେ କାର୍ଯ୍ୟକରୁଥିବା କଳାହାଣ୍ଡି ଜିଲ୍ଲା ଗୋଲାମୁଣ୍ଡା ବ୍ଲକ ସନସାଇନ ସ୍କୁଲର ମୁଖ୍ୟ ତଥା ମାଲିକ ଗୋବିନ୍ଦ ସାହୁ ତାଙ୍କୁ ବସ୍‌ରୁ ଓହ୍ଲାଇ ନିଜସହିତ ତାଙ୍କ ବ୍ୟକ୍ତିଗତ ଗାଡ଼ିରେ ନେଇଯାଇଥିଲେ ଯାହାର ସିସି ଟିଭି ଭିଡିଓ ଫୁଟେଜ ଅଛି । ତା ପରଠାରୁ ଶିକ୍ଷୟତ୍ରୀ ମମିତା ମେହେରଙ୍କର ଖୋଜ ଖବର ମିଳୁନାହିଁ । ତାଙ୍କ ଘର ପରିବାର ଲୋକଙ୍କ ତରଫରୁ ବଂଟି ମେହେର ତା ୧୩ ଅକ୍ଟୋବରରେ ସିଂଧେକେଲା ଥାନାରେ ସ୍କୁଲର ମୁଖ୍ୟ ଗୋବିନ୍ଦ ସାହୁଙ୍କ ନାମରେ ଅପହରଣ ଜନିତ ମାମଲା ନଂ ୦୦୯୭/୨୧ ରୁଜୁ କରିଥିଲେ । ସିଂଧେକେଲା ପୋଲିସ୍ ଅଭିଯୁକ୍ତ ବିରୋଧରେ କାର୍ଯ୍ୟାନୁଷ୍ଠାନ ନେବା ପରିବର୍ତେ ଶିକ୍ଷୟତ୍ରୀ ମମିତା ମେହେରଙ୍କର ଘରକୁ ଯାଇ ତାଙ୍କର ଲାପଟପ, ପେନ ଡ୍ରାଇଭ ଆଦି ନିଜ ସହିିତ ନେଇଯାଇଛନ୍ତି । ପୋଲିସ୍ ଗୋବିନ୍ଦ ସାହୁଙ୍କୁ ୪ଦିନ ଧରି ଥାନାରେ ଅଟକ ରଖିବା ପରେ ୧୭ ଅକ୍ଟୋବର ଦିନ ଛାଡ଼ି ଦେଇଥିଲା । ପୋଲିସ୍ ଗୋବିନ୍ଦ ସାହୁଙ୍କୁ ଥାନାକୁ ଧରିଆଣିବାର ୨୪ ଘଂଟା ଭିତରେ ମାନ୍ୟବର ଅଦାଲତଙ୍କ ପାଖରେ ଉପସ୍ଥିତ କରାଇବା ପରିବର୍ତେ, ଛାଡ଼ି ଦେବା ପଛରେ ଗୃହରାଜ୍ୟ ମନ୍ତ୍ରୀ କ୍ୟାପଟେନ ଦିବ୍ୟଶଙ୍କର ମିଶ୍ରଙ୍କର ସିଧାସଳଖ ସଂପୃକ୍ତି ରହିଛି ଏବଂ ଚାପରେ ପଡ଼ି ପୋଲିସ ଅଭିଯୁକ୍ତକୁ ଥାନାରୁ ଛାଡ଼ିଦେଇଛି ବୋଲି ଶ୍ରୀ ସାଲୁଜା ଅଭିଯୋଗ କରିଛନ୍ତି । ଅପହୃତା ଶିକ୍ଷୟତ୍ରୀ ମମିତା ମେହେରଙ୍କର କାକା କୌଷିକ ମେହେର ତାଙ୍କ ସ୍କୁଲର ମୁଖ୍ୟ ଗୋବିନ୍ଦ ସାହୁଙ୍କ ଭିତରେ ହୋଇଥିବା କଥାବାର୍ତାରୁ ସ୍ପଷ୍ଟ ଜଣାପଡୁଛି ଯେ ଏଭଳି ସଙ୍ଗୀନ ଘଟଣାରେ ଗୃହରାଜ୍ୟ ମନ୍ତ୍ରୀଙ୍କର ସିଧାସଳଖ ସଂପୃକ୍ତି ରହିଛି ଏବଂ ବର୍ତମାନ ତାଙ୍କର ସ୍ଥିତି ବିଷୟରେ ମନ୍ତ୍ରୀହିଁ ସଠିକ ଉତର ଦେଇପାରିବେ । ସ୍କୁଲ ମୁଖ୍ୟ ଗୋବିନ୍ଦ ସାହୁ ମମିତା ମେହେରଙ୍କର ଷ୍ଟେଟବ୍ୟାଙ୍କରେ ଥିବା ଆକାଉଂଟ ନମ୍ବର -୩୫୩୩୫୪୩୩୯୮ କୁ ୮ ହଜାର ଟଙ୍କା ନିଖୋଜ ହୋଇଥିବା ଦିନ ପଠାଇଥିବା କଥା ସାମନାକୁ ଆସୁଛି । ଭଣଜା ଆୟୁଷ ମେହେର, ମମିତା ମେହେରଙ୍କ ସାଙ୍ଗ ବୈଶାଳୀ ପଟ୍ଟନାୟକଙ୍କ ସହିତ କଥା ହେବାରୁ ଜଣାପଡ଼ିଲା ଯେ ସେ ସ୍କୁଲରେ ଅନେକ ଅନୈତିକ କାର୍ଯ୍ୟ ଚାଲୁ ଅଛି । ସ୍କୁଲରେ ପଢ଼ୁଥିବା ଝିଅମାନଙ୍କ ସହିତ ମିଶି ଗୃହମନ୍ତ୍ରୀ ନିଜକୁ କମବୟସର ଯୁବକ ବୋଲି ଅନୁଭବ କରୁଥିବା କଥା ଖୋଦ ମନ୍ତ୍ରୀ ଅନେକ ସମୟରେ କହିଥାନ୍ତି । ସନସାଇନ ସ୍କୁଲରେ ଅନେକ ଗୁପ୍ତ କଠୋରୀ ରହିଛି ଯାହାକି ମନ୍ତ୍ରୀଙ୍କ ନଷ୍ଟ ଚରିତ୍ରର ମୁକ ସାଖୀ ଅଟନ୍ତି । ଏହାର ନିରପେକ୍ଷ ଓ ବିଧିବଧ ତଦନ୍ତ କରାଗଲେ ଅନେକ ଘଟଣା ଲୋକଲୋଚନକୁ ଆସିବ । ଶ୍ରୀ ସାଲୁଜା, ନିରପେକ୍ଷ ତଦନ୍ତ ନିମନ୍ତେ ଗୃହରାଜ୍ୟ ମନ୍ତ୍ରୀଙ୍କର ତୁରନ୍ତ ଇସ୍ତଫା ଦାବି କରିବା ସହିତ ଏଭଳି ସ୍ପର୍ଷକାତର ଘଟଣାର ସିବିଆଇ କିମ୍ବା ବିଚାରବିଭାଗୀୟ ତଦନ୍ତ କରି ଦୋଷୀଙ୍କୁ କଠୋର ଦଣ୍ଡ ବିଧାନ କରିବାପାଇଁ ଦାବି କରିଛନ୍ତି ।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking