24.1 C
Bhubaneswar
Tuesday, March 19, 2024
Homeଓଡିଶାକଳାହାଣ୍ଡି ଜିଲ୍ଲା ମହାଲିଙ୍ଗ ସ୍କୁଲ ଅଧ୍ୟକ୍ଷା ହତ୍ୟା ଘଟଣାରେ ଗୃହ ରାଷ୍ଟ୍ରମନ୍ତ୍ରୀଙ୍କ ଇସ୍ତଫା ଦାବି ଓ...

କଳାହାଣ୍ଡି ଜିଲ୍ଲା ମହାଲିଙ୍ଗ ସ୍କୁଲ ଅଧ୍ୟକ୍ଷା ହତ୍ୟା ଘଟଣାରେ ଗୃହ ରାଷ୍ଟ୍ରମନ୍ତ୍ରୀଙ୍କ ଇସ୍ତଫା ଦାବି ଓ ସିବିଆଇ ତଦନ୍ତ ଦାବିରେ କଂଗ୍ରେସ ପକ୍ଷରୁ ରାଜ୍ୟପାଳଙ୍କୁ ସ୍ମାରକ ପତ୍ର ପ୍ରଦାନ

ଭୁବନେଶ୍ୱର- କଳାହାଣ୍ଡି ଜିଲ୍ଲା ଅନ୍ତର୍ଗତ ମହାଲିଙ୍ଗ ସନସାଇନ୍ ପ୍ଲବିକ ସ୍କୁଲ ଅଧ୍ୟକ୍ଷା ମମିତା ମେହେରଙ୍କ ହତ୍ୟା ଘଟଣାରେ ରାଜ୍ୟ ସରକାର ସଂପୂର୍ଣ୍ଣ ଉଦାସୀନ । ଉକ୍ତ ଘଟଣାରେ ସ୍କୁଲର ସଭାପତି ଗୋବିନ୍ଦ ସାହୁ ପୋଲିସ୍ ହେପାଜତରୁ ଫେରାର ହେବା ଓ ପୁଣି ଗିରଫ ହେବା, ଗୃହ ରାଷ୍ଟ୍ରମନ୍ତ୍ରୀ ଶ୍ରୀ ଦିବ୍ୟଶଙ୍କର ମିଶ୍ର ସଂପୃକ୍ତି ଏହି ଘଟଣାକୁ ସନ୍ଦେହ ଘେରକୁ ଟାଣିନେଇଛି । ଏ ସଂପର୍କରେ ଆଜି ଓଡ଼ିଶା ପ୍ରଦେଶ କଂଗ୍ରେସ କମିଟି ସଭାପତି ଶ୍ରୀ ନିରଞ୍ଜନ ପଟ୍ଟନାୟକ ଙ୍କ ନିର୍ଦେଶରେ ପିସିସି ପକ୍ଷରୁ ପିସିସି ଉପସଭାପତି ତଥା କଂଟାବାଞ୍ଜି ବିଧାୟକ ଶ୍ରୀ ସନ୍ତୋଷ ସିଂ ସାଲୁଜାଙ୍କ ନେତୃତ୍ୱରେ ଏକ ୮ ଜଣିଆ ପ୍ରତିନିଧି ମଣ୍ଡଳୀ ରାଜଭବନ ଠାରେ ମହାମହିମ ରାଜ୍ୟପାଳଙ୍କୁ ଭେଟି ଏକ ସ୍ମାରକ ପତ୍ର ପ୍ରଦାନ କରିଥିଲେ । ଏହା ଏକ ସ୍ପର୍ଶକାତର ଘଟଣା ହୋଇଥିବାରୁ ଏବଂ ପ୍ରଶାସନର ଚାପ ଏଡାଇବା ନିମନ୍ତେ ମାନ୍ୟବର ସୁପ୍ରିମକୋର୍ଟଙ୍କ ତତ୍ୱାବଧାନରେ ସିବିଆଇ ତଦନ୍ତ କରାଯିବାକୁ କଂଗ୍ରେସ ଦଳ ଦାବି କରିଛି । ମନ୍ତ୍ରୀ ଶ୍ରୀ ଦିବ୍ୟଶଙ୍କର ମିଶ୍ରଙ୍କୁ ମନ୍ତ୍ରୀମଣ୍ଡଳରୁ ବରଖାସ୍ତ କରିବା ଓ ଦୋଷୀଙ୍କ ବିରୁଦ୍ଧରେ ଦୃଷ୍ଟାନ୍ତମୂଳକ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଇ ପାରିଲେ ପୀଡ଼ିତା ପରିବାର ନ୍ୟାୟ ପାଇପାରିବେ ବୋଲି ମାନ୍ୟବ ର ରାଜ୍ୟପାଳଙ୍କୁ ଏହି ଘଟଣାରେ ହସ୍ତକ୍ଷେପ କରିବାକୁ ପ୍ରତିନିଧି ଦଳ ସ୍ମାରକପତ୍ର ମାଧ୍ୟମରେ ଅନୁରୋଧ କରିଥିଲେ । ସମସ୍ତ ଘଟଣା ଶୁଣିବା ପରେ ରାଜ୍ୟପାଳ ଏ ସଂପର୍କରେ ବିହୀତ ପଦକ୍ଷେପ ନେବେ ବୋଲି ପ୍ରତିନିଧି ମଣ୍ଡଳୀଙ୍କୁ ପ୍ରତିଶ୍ରୁତି ଦେଇଥିଲେ । ଏହି କଂଗ୍ରେସ ପ୍ରତିନିଧି ମଣ୍ଡଳୀରେ ଅନ୍ୟମାନଙ୍କ ମଧ୍ୟରେ ପଂଚାନନ କାନୁନଗୋ, ବିଶ୍ୱଜିତ ଦାଶ, ମନୋରଞ୍ଜନ ଦାଶ, ସତ୍ୟ ପ୍ରକାଶ ନାୟକ, ୟାସିର ନୱାଜ, ଦୀପକ କୁମାର ମହାପାତ୍ର ଓ ପ୍ରତିମା ମଲ୍ଲିକ ପ୍ରମୁଖ ଉପସ୍ଥିତ ଥିଲେ ।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking