ଭୁବନେଶ୍ୱର: ବିଜେଡି ଛାଡିବା ନେଇ ସଂକେତ ଦେଲେ ବରିଷ୍ଠ ନେତା ଭୂପିନ୍ଦର ସିଂ । କହିଲେ ମୋ ପାଇଁ ଲୋକେ ହିଁ ଶ୍ରେଷ୍ଠ ଦଳ ନୁହେଁ । ମୋର ଭବିଷ୍ୟତ କଣ ହେବ ତାହା ଲୋକେ ନିଷ୍ପତ୍ତି ନେବେ । ଲୋକେ ମୋତେ କହୁଛନ୍ତି ଯେଉଁ ଚିହ୍ନାରେ ଛିଡା ହେବି ଭୋଟ ଦେବି । କଂଗ୍ରେସ ଦେଶରେ ଓ ରାଜ୍ୟରେ ବଢିବାରେ ଲାଗିଛି । ବିଜେଡି ଠିକ ଭାବେ ମୁଖ୍ୟ ବିରୋଧୀଦଳର ଭୂମିକା ନନେଲେ କଂଗ୍ରେସ ବଢିବ । ଲୋକେ ଅନୁଭବ କରୁଛନ୍ତି ଯେ ବିଜେଡି ଓ ବିଜେପି ଭିତରେ କିଛି ପ୍ରଭେଦ ନାହିଁ । ତେଣୁ ଲୋକ କଂଗ୍ରେସ କଥା ଚିନ୍ତା କଲେଣିି । ଲୋକେ ବିରୋଧୀଠୁ ଯାହା ଆଶା କରୁଛନ୍ତି ତାହା ବିଜେଡିଠୁ ପାଉ ନାହାଁନ୍ତି ।









