33.1 C
Bhubaneswar
Friday, May 3, 2024
Homeଓଡିଶାବଡଖବର : ମହମ୍ମଦ ମୋକିମଙ୍କୁ ସୁପ୍ରିମକୋର୍ଟରୁ ମିଳିଲା ଜାମିନ୍‌

ବଡଖବର : ମହମ୍ମଦ ମୋକିମଙ୍କୁ ସୁପ୍ରିମକୋର୍ଟରୁ ମିଳିଲା ଜାମିନ୍‌

ଭୁବନେଶ୍ୱର : କଂଗ୍ରେସ ବିଧାୟକ ମହମ୍ମଦ ମୋକିମଙ୍କୁ ସୁପ୍ରିମକୋର୍ଟଙ୍କ ଠାରୁ ଜାମିନ ମିଳିଛି । ଓଆରଏଚଡିସି ଦୁର୍ନୀତି ମାମଲାରେ ସୁପ୍ରିମକୋର୍ଟ ଜାମିନ ପ୍ରଦାନ କରିଛନ୍ତି । ମୋକିମଙ୍କ ଆବେଦନକୁ ଶୁଣାଣି ପାଇଁ ସୁପ୍ରିମକୋର୍ଟ ଗ୍ରହଣ କରିଛନ୍ତି । ଆବେଦନକୁ ଗ୍ରହଣ କରିବା ପରେ ଭିଜିଲାନ୍ସକୁ କୋର୍ଟ ନୋଟିସ କରିଛନ୍ତି । ଏହି ମାମଲାରେ ମୋକିମ ହାଇକୋର୍ଟଙ୍କ ରାୟକୁ ଚ୍ୟାଲେଞ୍ଜ କରି ସୁପ୍ରିମକୋର୍ଟ ଦ୍ୱାରସ୍ତ ହୋଇଥିଲେ । ଓଆରଏଚଡିସି ମାମଲାରେ ଭିଜିଲାନ୍ସ କୋର୍ଟଙ୍କ ରାୟକୁ କାଏମ ରଖିଥିଲେ ହାଇକୋର୍ଟ । ମୋକିମଙ୍କୁ ଭିଜିଲାନ୍ସ କୋର୍ଟ ୩ ବର୍ଷ ଜେଲ ଦଣ୍ଡାଦେଶ କରିଥିଲେ ।

ସୂଚନାଯୋଗ୍ୟ,  ୨୦୧୯ ନିର୍ବାଚନ ସମୟରେ ଶ୍ରୀ ମୋକିମଙ୍କ ନାମାଙ୍କନପତ୍ର ନିର୍ଦ୍ଧାରିତ ନିୟମ ଅନୁଯାୟୀ ଦାଖଲ ହୋଇନଥିଲା। ଜନ ପ୍ରତିନିଧି ଆଇନର ଧାରା ୩୩, କଣ୍ଡକ୍ଟ ଅଫ୍ ଇଲେକ୍ସନ ରୁଲ୍ସ, ୧୯୬୧ର ନିୟମ ୪ ଓ ଭାରତର ନିର୍ବାଚନ କମିସନଙ୍କ ନିର୍ଦ୍ଦେଶନାମା ଉଲ୍ଳଂଘନ କରି ରିଟର୍ଣ୍ଣିଂ ଅଫିସର ଶ୍ରୀ ମୋକିମଙ୍କ ନାମାଙ୍କନପତ୍ର ଗ୍ରହଣ କରିଥିଲେ। ଶ୍ରୀ ମୋକିମ ନାମାଙ୍କନପତ୍ରରେ ଆବଶ୍ୟକ ତଥ୍ୟ ଉଲ୍ଲେଖ କରି ନଥିଲେ। ଜନପ୍ରତିନିଧି ଆଇନର ଧାରା ୩୬ରେ ପ୍ରଦତ୍ତ କ୍ଷମତା ଅନୁସାରେ ଯାଞ୍ଚ ସମୟରେ ରିଟର୍ଣ୍ଣିଂ ଅଫିସର ଶ୍ରୀ ମୋକିମଙ୍କ ନାମାଙ୍କନପତ୍ର ଖାରଜ କରିବା ଉଚିତ ଥିଲା। ନାମାଙ୍କନ ବେଳେ ଶ୍ରୀ ମୋକିମ ଦାଖଲ କରିଥିବା ସତ୍ୟପାଠରେ ତାଙ୍କ ବିରୋଧରେ ଥିବା ୧୩ଟି ଅପରାଧିକ ମାମଲା ସଂକ୍ରାନ୍ତରେ ଉପଯୁକ୍ତ ତଥ୍ୟ ଓ ସଂପୂର୍ଣ୍ଣ ଘୋଷଣାନାମା ଦେଇ ନଥିଲେ। ଏଭଳି ସ୍ଥିତିରେ ୯୦-ବାରବାଟୀ-କଟକ ବିଧାନସଭା ଆସନରୁ ଶ୍ରୀ ମୋକିମଙ୍କ ନିର୍ବାଚନକୁ ଅସିଦ୍ଧ ଘୋଷଣା କରାଯାଉଛି ବୋଲି ହାଇକୋର୍ଟଙ୍କ ରାୟରେ ଉଲ୍ଲେଖ କରାଯାଇଛି।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking