ନୂଆଦିଲ୍ଲୀ: ଗତ ୧୨ ତାରିଖରେ ଜେଡିୟୁର ପୂର୍ବତନ ଅଧ୍ୟକ୍ଷ ଶରଦ ଯାଦବଙ୍କ ଦେହାନ୍ତ ହୋଇଥିବା ବେଳେ ରାଜନୈତିକ ଜଗତରୁ ଆସିଛି ପୁଣି ଏକ ଦୁଃଖଦ ଖବର । କଂଗ୍ରେସ ସାଂସଦ ସନ୍ତୋଖ ସିଂ ଚୌଧୁରୀଙ୍କ ପରଲୋକ ଘଟିଛି । ରାହୁଲ ଗାନ୍ଧିଙ୍କ ନେତୃତ୍ୱରେ ପରିଚାଳିତ ଭାରତ ଯୋଡ଼ୋ ଯାତ୍ରା ସମୟରେ ଏହି ଅଘଟଣ ଘଟିଛି । ଯାତ୍ରା ସମୟରେ ହଠାତ୍ ଶ୍ରୀ ଚୌଧୁରୀଙ୍କୁ ହାର୍ଟ ଆଟାକ୍ ଆସିଥିଲା । ତୁରନ୍ତ ତାଙ୍କୁ ଫଗ୍ୱାରାସ୍ଥିତ ବିର୍କ ହସ୍ପିଟାଲ୍କୁ ନିଆଯାଇଥିଲା। କିନ୍ତୁ, ତାଙ୍କୁ ମୃତାବସ୍ଥାରେ ଅଣାଯାଇଥିବା କଥା ଡାକ୍ତରମାନେ ଘୋଷଣା କରିଛନ୍ତି। ଖବର ପାଇବା ପରେ ରାହୁଲ୍ ଗାନ୍ଧୀ ‘ଭାରତ ଯୋଡ଼ୋ ଯାତ୍ରା’ ଛାଡ଼ି ଡାକ୍ତରଖାନାରେ ପହଞ୍ଚିଛନ୍ତି। ପଞ୍ଜାବର ମୁଖ୍ୟମନ୍ତ୍ରୀ ଭଗୱନ୍ତ ମାନ୍ ସାଂସଦ ଚୌଧୁରୀ ସନ୍ତୋଖ ସିଂହଙ୍କର ଦେହାନ୍ତ ଖବର ପାଇ ଶୋକ ବ୍ୟକ୍ତ କରିଛନ୍ତି। ଟୁଇଟ୍ କରି ସେ ଲେଖିଛନ୍ତି, ଜଳନ୍ଧରର କଂଗ୍ରେସ ସାଂସଦ ଚୌଧୁରୀ ସନ୍ତୋଖ ସିଂହଙ୍କର ଦେହାନ୍ତଙ୍କ ଅକାଳ ବିୟୋଗ ଯୋଗୁଁ ଅତ୍ୟନ୍ତ ଦୁଃଖିତ। ତାଙ୍କର ଆତ୍ମା ଶାନ୍ତି ଲାଭ କରୁ।
#WATCH | Punjab: Congress MP Santokh Singh Chaudhary was taken to a hospital in an ambulance in Ludhiana, during Bharat Jodo Yatra. Details awaited.
(Earlier visuals) pic.twitter.com/upjFhgGxQk
— ANI (@ANI) January 14, 2023