ଭୁବନେଶ୍ୱର: ଆସନ୍ତା ୨୪ରେ ବିଧାନସଭା ଘେରିବ ମହିଳା କଂଗ୍ରେସ । ରାଜ୍ୟରେ ମହିଳାଙ୍କ ସୁରକ୍ଷା ପ୍ରସଙ୍ଗକୁ ନେଇ ଘେରିବ ବିଧାନସଭା । ସୂଚନାଥାଉ କି, ଆସନ୍ତାକାଲି ମୌସୁମୀ ବିଧାନସଭା ଅଧିବେଶନ ।ଏଥିପାଇଁ କମିସନରେଟ ପୁଲିସ ପକ୍ଷରୁ ସୁରକ୍ଷା ବ୍ୟବସ୍ଥାକୁ କଡ଼ାକଡ଼ି କରାଯାଇଛି । ପୁଲିସ ଡିଜି ସୁରକ୍ଷା ବ୍ୟବସ୍ଥାର ଯାଞ୍ଚ କରିଛନ୍ତି । ଅଧିବେଶନ ସମୟରେ ୩ ଥାକିଆ ସୁରକ୍ଷା ବ୍ୟବସ୍ଥା ରହିବ । ଏଥିପାଇଁ ୩୦ ପ୍ଲାଟୁନ୍ ପୁଲିସ ଫୋର୍ସ ମୁତୟନ କରାଯିବା ସହ ଷ୍ଟ୍ରାଇକିଂ ଫୋର୍ସ, ଏସ୍ଟିୟୁ, ବୋମା ନିଷ୍କ୍ରିୟକାରୀ ଦଳ, ଡଗ୍ ସ୍କ୍ବାର୍ଡ ଓ ଅଗ୍ନିଶମ ବିଭାଗ ମଧ୍ୟ ଦାୟିତ୍ଵରେ ରହିବେ । ସେହିପରି ସୁରକ୍ଷା ବ୍ୟବସ୍ଥାକୁ ଅଧିକ କଡ଼ାକଡ଼ି କରିବା ପାଇଁ ବିଭିନ୍ନ ସ୍ଥାନରେ ସିସିଟିଭି ଖଞ୍ଜା ଯାଇଛି ।









