29.1 C
Bhubaneswar
Wednesday, April 24, 2024
Homeଓଡିଶା*ପେଟ୍ରୋଲ ଓ ଡିଜେଲର ଅହେତୁକ ଦର ବୃଦ୍ଧି ପ୍ରତ୍ୟାହାର ଦାବି ରେ ରାଜ୍ୟର ସମସ୍ତ ପେଟ୍ରୋଲ...

*ପେଟ୍ରୋଲ ଓ ଡିଜେଲର ଅହେତୁକ ଦର ବୃଦ୍ଧି ପ୍ରତ୍ୟାହାର ଦାବି ରେ ରାଜ୍ୟର ସମସ୍ତ ପେଟ୍ରୋଲ ପମ୍ପ ଆଗରେ ଆସନ୍ତା ୧୧ ତାରିଖ ଦିନ ୪ ଘଣ୍ଟିଆ  ଧାରଣା ସହ ବିକ୍ଷୋଭ କରିବ କଂଗ୍ରେସ*

 ଭୁବନେଶ୍ୱର-କରୋନାର ୨ୟ ଲହର ସାରା ଦେଶକୁ କବଳିତ କରିଥିବା ସମୟରେ କେନ୍ଦ୍ରର ମୋଦୀ ସରକାର ଲଗାତାର ଭାବେ ପେଟ୍ରୋଲ ଓ ଡିଜେଲର ଦରବୃଦ୍ଧି କରିବାରେ ଲାଗିଛନ୍ତି । ଦେଶର କେତେକ ଅଂଚଳରେ ପେଟ୍ରୋଲ ଓ ଡିଜେଲର ଦର ଲିଟର ପ୍ରତି ୧୦୦ ଟଙ୍କା ପାର ହୋଇଛି ଓ ଜନସାଧାରଣଙ୍କୁ ଏହା ଅତ୍ୟନ୍ତ ପୀଡ଼ାଦାୟକ ହୋଇଛି, ଯାହାଦ୍ବାରା ଘରୋଇ ସାମଗ୍ରୀ ଓ ନିତ୍ୟ ବ୍ୟବହୃତ ଖାଦ୍ୟ ସାମଗ୍ରୀର ଦର ଆକାଶଛୁଆଁରେ ପହଂଚିଛି । ବିଗତ ୧୩ ମାସ ମଧ୍ୟରେ ପେଟ୍ରୋଲ ଲିଟର ପ୍ରତି ଦର ଟ.୨୫.୭୨ ପଇସା ଓ ଡିଜେଲ ଦର ଟ ୨୩.୯୩ ଟଙ୍କା କେନ୍ଦ୍ର ସରକାର ବଢ଼ାଇଥିଲା ବେଳେ ଏହି ବର୍ଷର ଗତ ୫ମାସ ମଧ୍ୟରେ ୪୩ ଥର ଦର ବୃଦ୍ଧି କରିବା ଅତ୍ୟନ୍ତ ଦୁର୍ଭାଗ୍ୟଜନକ ଅଟେ । ସରକାର ଟିକସ ବୃଦ୍ଧିର ବାହାନାରେ ମହାମାରୀ ସମୟରେ ଲୋକଙ୍କଠାରୁ ଲୁଟିବା ଓ ଅବିଳମ୍ବେ ତୈଳଯାତ ଦ୍ରବ୍ୟ (ଉଭୟ ପେଟ୍ରୋଲ ଓ ଡିଜେଲ) ଦର କୁ ହ୍ରାସ କରିବା ଦାବୀରେ ( ବର୍ଦ୍ଧିତ ଦରକୁ ପ୍ରତ୍ୟାହାର କରିବା ଦାବୀରେ) ଅଖିଳ ଭାରତ କଂଗ୍ରେସ କମିଟିର ନିର୍ଦେଶ ମୁତାବକ ଚଳିତ ମାସ ଜୁନ ୧୧ ତାରିଖ ଶୁକ୍ରବାର ପ୍ରାତଃ ୭ ଘଟିକାରୁ ୧୧ ଘଟିକା ପର୍ଯ୍ୟନ୍ତ (ତାଲାବନ୍ଦ ସମୟ ମଧ୍ୟରେ) ରାଜ୍ୟର ସମସ୍ତ ସହରାଂଚଳ ଓ ଗ୍ରାମାଚଂଳର ପେଟ୍ରୋଲ ପମ୍ପ ଆଗରେ କଂଗ୍ରେସ ଦଳ ତରଫରୁ ସାଂକେତିକ ଭାବେ ଧାରଣା ଓ ବିକ୍ଷୋଭ କରିବାକୁ ପିସିସି ପକ୍ଷରୁ ନିଷ୍ପତି ନିଆଯାଇଛି ବୋଲି ଆଜି ଏକ ପ୍ରେସ ବିଜ୍ଞପ୍ତି ଜରିଆରେ ପିସିସି ସଭାପତି ଶ୍ରୀ ନିରଞ୍ଜନ ପଟ୍ଟନାୟକ ପ୍ରକାଶ କରିଛନ୍ତି।

 

ଏହି ଅବସରରେ କୋଭିଡ-୧୯ର ସମସ୍ତ ନୀତିନିୟମକୁ ଅନୁପାଳନ କରି ଯଥା ମାସ୍କ ପିନ୍ଧିବା, ସାମାଜିକ ଦୂରତାକୁ ବଜାୟରଖି  ବ୍ୟାନର, ପ୍ଲାକାର୍ଡ଼ରେ ‘ଡିଜେଲ, ପେଟ୍ରୋଲ ଓ ରନ୍ଧନ ଗ୍ୟାସ ଦର ବୃଦ୍ଧି, ଆର୍ଥିକ ମାନ୍ଦାବସ୍ଥା, ଉତ୍କଟ ବେକାରୀ ସମସ୍ୟା ବୃଦ୍ଧି, ନିତ୍ୟ ବ୍ୟବହୃତ ଖାଦ୍ୟ ସାମଗ୍ରୀର ଆକାଶଛୁଆଁ ଦର ବୃଦ୍ଧି ଓ ମଜୁରୀ ଓ ରୋଜଗାର କମିବା ଉପରେ ସ୍ଲୋଗାନ ଲେଖି ଜନସାଧାରଣଙ୍କୁ କେନ୍ଦ୍ର ସରକାରଙ୍କ ବିଫଳତା ବିଷୟରେ ସୂଚାଇବାକୁ ବିଶେଷ ଅନୁରୋଧ କରିଛନ୍ତି ଶ୍ରୀ ପଟ୍ଟନାୟକ। ୧୧ ତାରିଖର ଏହି କାର୍ଯ୍ୟକ୍ରମକୁ ସଫଳ କରିବା ପାଇଁ ଜିଲ୍ଲା, ବ୍ଲକ, ନଗର ସ୍ତରରେ ଅବିଳମ୍ବେ  ଜିଲ୍ଲା କଂଗ୍ରେସ ସଭାପତି ମାନେ ପ୍ରସ୍ତୁତି ବୈଠକ ଡାକି ସମସ୍ତ କଂଗ୍ରେସ ନେତୃମଣ୍ଡଳୀ, ବିଧାୟକଗଣ ଓ ସାଂସଦ, ପ୍ରାକ୍ତନ ବିଧାୟକ ଓ ସାଂସଦ, ବିଧାୟକ ଓ ସାଂସଦ ପ୍ରାର୍ଥୀ, ଏଆଇସିସି ଓ ପିସିସି ସଦସ୍ୟ, ଛାମୁଆ ସଂଗଠନ, ବିଭାଗ ଓ ପ୍ରକୋଷ୍ଠର ମୁଖ୍ୟ ଓ କର୍ମକର୍ତାଙ୍କୁ କାର୍ଯ୍ୟକ୍ରମରେ ସାମିଲ କରିବାକୁ ଅନୁରୋଧ କରିଛନ୍ତି ଶ୍ରୀ ପଟ୍ଟନାୟକ।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking