ଭୁବନେଶ୍ୱର: ଉଚ୍ଚ ଶିକ୍ଷାନୁଷ୍ଠାନରେ ପାଳନ ହେବ ସମ୍ବିଧାନ ହତ୍ୟା ଦିବସ । ଉଚ୍ଚଶିକ୍ଷା ବିଭାଗ ପକ୍ଷରୁ ସମସ୍ତ ରେଜିଷ୍ଟ୍ରାର, ପ୍ରିନ୍ସିପାଲଙ୍କୁ ଚିଠି ଦିଆଯାଇଛି । ଜୁନ ୨୫ରେ ଦେଶବ୍ୟାପୀ ପାଳନ ହେବ ସମ୍ବିଧାନ ହତ୍ୟା ଦିବସ । ଏମର୍ଜେନ୍ସି ଲାଗୁକୁ ୫୦ ବର୍ଷ ପୂର୍ତ୍ତି ଅବସରରେ ସଚେତନ କରାଯିବ । ସମ୍ବିଧାନର ସୁରକ୍ଷା ଓ ଅଧିକାର ନେଇ ହେବ ଆଲୋଚନା । ସମସ୍ତ ଶିକ୍ଷାନୁଷ୍ଠାନରେ ଆୟୋଜିତ ହେବ ସଚେତନ କାଯ୍ୟକ୍ରମ ।










