17.1 C
Bhubaneswar
Saturday, January 4, 2025
Homeଓଡିଶାସମ୍ବିଧାନ ଅନୁସାରେ ନିଷ୍ପତ୍ତି : ପ୍ରଶାନ୍ତ ମୁଦୁଲି

ସମ୍ବିଧାନ ଅନୁସାରେ ନିଷ୍ପତ୍ତି : ପ୍ରଶାନ୍ତ ମୁଦୁଲି

ଭୁବନେଶ୍ବର : ଅରବିନ୍ଦ ଢାଲି ଓ ପ୍ରେମାନନ୍ଦ ନାୟକଙ୍କ ବିଧାୟକ ପଦ ରଦ୍ଧ ନେଇ ନିଜର ପ୍ରତିକ୍ରିୟା ରଖୁଛନ୍ତି ପ୍ରଶାନ୍ତ ମୁଦୁଲି । ସେ କହିଛନ୍ତି ବିଜେଡି ଟିକେଟରେ ୨ ଜଣ ବିଧାନସଭାକୁ ନିର୍ବାଚିତ ହୋଇଆସିଥିଲେ । ଦଳ ବଦଳ ନେଇ ବାଚସ୍ପତିଙ୍କ ଦୃଷ୍ଟି ଆକର୍ଷଣ କରାଯାଇଥିଲା । କୋଡ ଅଫ କଣ୍ଡକ୍ଟ ଲାଗୁଥିଲେ ବି ବିଧାନସଭା କାର୍ଯ୍ୟକାଳ ଚାଲୁ ରହିଛି । ନିୟମ ଅନୁସାରେ ଦଳ ବଦଳ ଆଇନ ଲାଗୁ ହୋଇପାରିବ । ସମ୍ବିଧାନ ଅନୁସାରେ ବାଚସ୍ପତି ନିଷ୍ପତ୍ତି ନେଇଛନ୍ତି । ପ୍ରକାଶ ଯେ ସରକାରୀ ଦଳ ମୁଖ୍ୟ ସଚେତକ ପ୍ରଶାନ୍ତ ମୁଦୁଲିଙ୍କ ଆବେଦନକୁ ଆଧାର କରି ବାଚସ୍ପତି ଅରବିନ୍ଦ ଢାଲି ଓ ପ୍ରେମାନନ୍ଦ ନାୟକଙ୍କ ବିଧାୟକ ପଦକୁ ରଦ୍ଦ କରିଛନ୍ତି । ଏନେଇ ବିଧାନସଭା ସଚିବାଳୟ ପକ୍ଷରୁ ନିର୍ଦେଶାବଳୀ ପ୍ରକାଶ ପାଇଛି। ଅରବିନ୍ଦ ଢାଲି ଓ ପ୍ରେମାନନ୍ଦ ନାୟକ ବିଜେଡି ଟିକେଟରୁ ୨୦୧୯ରେ ବିଧାନସଭାକୁ ନିର୍ବାଚିତ ହୋଇଥିଲେ । ଗତ କିଛି ଦିନ ତଳେ ଦୁଇ ଜଣ ବିଜେଡି ଛାଡି ଅନ୍ୟଦଳରେ ଯୋଗଦେଇଥିଲେ । ନିଜ ଆଡୁ ବିଜେଡି ଛାଡିବାରୁ ସେମାନଙ୍କ ସଭ୍ୟପଦ ରଦ୍ଦ ପାଇଁ ସରକାରୀ ଦଳ ମୁଖ୍ୟ ସଚେତକ ପିଟିସନ ଦାଖଲ କରିଥିଲେ । ଦୁଇ ବିଧାୟକଙ୍କ ବିରୋଧରେ ମାର୍ଚ୍ଚ ୧୮ରେ ବାଚସ୍ପତିଙ୍କ ନିକଟରେ ପିଟିସନ ଦାଖଲ କରିଥିଲେ ସରକାରୀ ଦଳ ମୁଖ୍ୟ ସଚେତକ ପ୍ରଶାନ୍ତ ମୁଦୁଲି । ପିଟିସନ ଆଧାରରେ ମାର୍ଚ୍ଚ ୧୯ରେ ଦୁଇ ବିଧାୟକଙ୍କ ନିକଟରୁ ସ୍ପଷ୍ଟୀକରଣ ମଗାଯାଇଥିଲା। କିନ୍ତୁ ପିଟିସନର ଉତ୍ତର ଦେଇନଥିଲେ ଅରବିନ୍ଦ ଢାଲି ଓ ପ୍ରେମାନନ୍ଦ ନାୟକ। ଯାହା ଫଳରେ ଦୁଇ ବିଧାୟକଙ୍କୁ ଅପ୍ରେଲ ୧୦ ରେ ବ୍ୟକ୍ତିଗତ ଭାବେ ହାଜର ହେବାକୁ ଅପ୍ରେଲ ୨ ତାରିଖରେ ବାଚସ୍ପତି ଚିଠି କରିଥିଲେ। ବ୍ୟକ୍ତିଗତ ଭାବେ ହାଜର ହୋଇ ନିଜ ପକ୍ଷ ରଖୁନି ଦୁଇ ବିଧାୟକ । ଫଳରେ ସରକାରୀ ମୁଖ୍ୟ ସଚେତକଙ୍କ ପିଟିସନ ଆଧାରରେ ଦୁଇ ବିଧାୟକ ନିଜ ଆଡୁ ବିଜେଡି ଛାଡିଥିବା ସ୍ପଷ୍ଟ ହୋଇଛି । ଯେଉଁଥ୍ ପାଇଁ ଦୁଇ ବିଧାୟକଙ୍କ ସଭ୍ୟ ପଦ ରଦ୍ଦ କରିଛନ୍ତି ବାଚସ୍ପତି। ଦୁଇ ବିଧାୟକଙ୍କ ସଭ୍ୟ ପଦ ରଦ୍ଦ ହେବା ପରେ ଏବେ ଜୟଦେବ ଓ ତେଲକୋଇ ଆସନ ଖାଲି ପଡିଲା।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking