34.1 C
Bhubaneswar
Friday, March 29, 2024
Homeଓଡିଶାରଥଯାତ୍ରାକୁ ଶାନ୍ତି ଶୃଙ୍ଖଳାର ସହ ସମ୍ପନ୍ନ କରିବାକୁ ପୋଲିସ ଓ ମାଜିଷ୍ଟ୍ରେଟଙ୍କ ସମନ୍ୱୟ ବୈଠକ

ରଥଯାତ୍ରାକୁ ଶାନ୍ତି ଶୃଙ୍ଖଳାର ସହ ସମ୍ପନ୍ନ କରିବାକୁ ପୋଲିସ ଓ ମାଜିଷ୍ଟ୍ରେଟଙ୍କ ସମନ୍ୱୟ ବୈଠକ

ପୁରୀ : ସଦଭାବନା ସଭାଗୃହ ଠାରେ ଆଗାମୀ ରଥଯାତ୍ରା କୁ ଶାନ୍ତି ଶୃଙ୍ଖଳାର ସହ ସମ୍ପନ୍ନ କରିବାକୁ ଏକ ବୈଠକ ଅନୁଷ୍ଠିତ ହୋଇଯାଇଛି। ଉକ୍ତ ବୈଠକରେ ଜିଲ୍ଲାପାଳ ସମର୍ଥ ବର୍ମା ଅଧ୍ୟକ୍ଷତା କରି ଚଳିତ ରଥଯାତ୍ରା ରେ ପୂର୍ବାପେକ୍ଷା ଅଧିକ ଶ୍ରଦ୍ଧାଳୁଙ୍କ ଆକଳନ କରାଯାଉଥିବାରୁ ଏହାକୁ ଶୃଙ୍ଖଳିତ ଓ ସୁରକ୍ଷିତ ଭାବେ ପରିଚାଳନା କରିବା ଉଭୟ ପୋଲିସ ଓ ପ୍ରଶାସନ ପାଇଁ ଗୁରୁ ଦାୟିତ୍ୱ ବୋଲି କହିଥିଲେ । ଏହାକୁ ପରସ୍ପର ମଧ୍ୟରେ ସୁସମନ୍ୱୟ ରଖି କାର୍ଯ୍ୟ କରିବା ସହ ଲୋକ ମାନଙ୍କୁ ସୁବିଧା ଓ ଭଲ ବ୍ୟବହାର ପ୍ରଦର୍ଶନ ପାଇଁ ପରାମର୍ଶ ଦେଇଥିଲେ । ଏସ୍ପି ଡଃ କନୱର ବିଶାଲ ସିଂ ରଥ ଦାୟିତ୍ୱରେ ଥିବା ସମସ୍ତ ଅଧିକାରୀ ଓ କର୍ମଚାରୀ ମାନେ ନିଷ୍ଠାର ସହ ନିର୍ଦ୍ଧାରିତ ସ୍ଥାନ ମାନଙ୍କ ରେ କାର୍ଯ୍ୟ କରିବାକୁ ପରାମର୍ଶ ଦେଇଥିଲେ ।

ଏଥିସହ ଅତିଥି ମାନଙ୍କ ସୁରକ୍ଷା ଓ ଯାତ୍ରୀ ମାନଙ୍କ ସୁରକ୍ଷା ସହ ଶୃଙ୍ଖଳିତ ଶ୍ରଦ୍ଧାଳୁ ମାନଙ୍କ ଦର୍ଶନ ଓ ଯାତାୟାତ ପାଇଁ ରଥଯାତ୍ରା ଦିନ ପ୍ରତ୍ୟୁଷରୁ ବଡଦାଣ୍ଡରେ କୌଣସି ଗାଡି ନ ରଖାଇଦେବା, ସେବାରେ ନିୟୋଜିତ ଅନୁଷ୍ଠାନ ବା ବ୍ୟକ୍ତି ବିଶେଷଙ୍କୁ ନିର୍ଦ୍ଧାରିତ ସ୍ଥାନରେ ସେବା ଯୋଗାଇବାରେ ସହଯୋଗ କରିବା, ଅଯଥା ଗହଳି କରାଇ ନ ଦେବା, ଟ୍ରାଫିକ ନିୟନ୍ତ୍ରଣ,ପରିମଳ ବ୍ୟବସ୍ଥା, ସ୍ୱାସ୍ଥ୍ୟ ସେବା, ଆଶୁ ଚିକିତ୍ସା ବ୍ୟବସ୍ଥା, ଆମ୍ବୁଲାନ୍ସ ବ୍ୟବସ୍ଥା ଇତ୍ୟାଦିର ସୁପରିଚାଳନା ପାଇଁ ଜିଲ୍ଲାପାଳ ପରାମର୍ଶ ଦେଇଥିଲେ ।

ପ୍ରାଥମ୍ଭରେ ଅତିରିକ୍ତ ଜିଲ୍ଲାପାଳ ପ୍ରଶାସନ ପ୍ରଦୀପ କୁମାର ସାହୁ ସମସ୍ତଙ୍କୁ ସ୍ୱାଗତ କରିବା ସହ ରଥଯାତ୍ରାର ସୁପରିଚାଳନା ପାଇଁ ସମସ୍ତଙ୍କ ସହଯୋଗ କାମନା କରିଥିଲେ । ଅନ୍ୟ ମାନଙ୍କ ମଧ୍ୟରେ ଅତିରିକ୍ତ ଜିଲ୍ଲାପାଳ ରାଜସ୍ୱ ଦୀଲିପ କୁମାର ମହାପାତ୍ର, ଅତିରିକ୍ତ ଜିଲ୍ଲାପାଳ କୈଳାସ ଚନ୍ଦ୍ର ନାୟକ, ଅତିରିକ୍ତ ଏସ୍ପି ମିହିର ପଣ୍ଡା, କମାଣ୍ଡାଣ୍ଟ ଲିଗଂରାଜ ମିଶ୍ର, ପ୍ରକଳ୍ପ ନିର୍ଦେଶକ ଜ୍ୟୋତି ଶଙ୍କର ମହାପାତ୍ର, ଉପଜିଲ୍ଲାପାଳ ଭବତାରଣ ସାହୁ, ଅତିରିକ୍ତ ଏସ୍ପି ଗୁଇନ୍ଦା ଜ୍ଞାନ ମହାପାତ୍ର, ଆସିଷ୍ଟାଣ୍ଟ କମାଣ୍ଡର ଜିତେନ୍ଦ୍ର କୁମାର ଦେହୁରୀ ପ୍ରମୁଖ ଯୋଗ ଦେଇ ଆଲୋଚନାରେ ଅଂଶଗ୍ରହଣ କରିଥିଲେ । ଉକ୍ତ ବୈଠକରେ ଜିଲ୍ଲାର ସମସ୍ତ ମାଜିଷ୍ଟ୍ରେଟ ଓ ପୋଲିସ ଅଧିକାରୀ ମାନେ ମଧ୍ୟ ଯୋଗ ଦେଇଥିଲେ । ଡେପୁଟି କଲେକ୍ଟର ପ୍ରଶାନ୍ତ କୁମାର ଜେନା, ରଞ୍ଜନ କୁମାର ୍େୱହେରା, ସହକାରୀ ଜିଲ୍ଲାପାଳ ପର୍ଶୁରାମ ମଲ୍ଲିକ ବୈଠକ ପରିଚାଳନା ରେ ସହଯୋଗ କରିଥିଲେ ।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking