17.1 C
Bhubaneswar
Monday, November 25, 2024
Homeଦେଶ ବିଦେଶଦେଶରେ ୨୪ ଘଣ୍ଟାରେ ୮୩,୮୭୬ ଆକ୍ରାନ୍ତ ଚିହ୍ନଟ, ୮୯୫ ମୃତ

ଦେଶରେ ୨୪ ଘଣ୍ଟାରେ ୮୩,୮୭୬ ଆକ୍ରାନ୍ତ ଚିହ୍ନଟ, ୮୯୫ ମୃତ

ନୂଆଦିଲ୍ଲୀ: ବେଶ୍‌ କିଛି ଦିନ ଧରି ଦେଶରେ କରୋନାଭାଇରସ୍‌ଜନିତ ମହାମାରୀ ଦ୍ରୁତ ବେଗରେ ବିସ୍ତାରିତ ହେବା ପରେ ଏବେ ଦୈନିକ ସଂକ୍ରମଣ ସଂଖ୍ୟା କ୍ରମଶଃ ହ୍ରାସ ପାଇ ୧ ଲକ୍ଷ ତଳକୁ ଖସିଛି।କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରାଳାୟ ତଥ୍ୟ ଅନୁସାରେ, ସୋମବାର ସକାଳ ୮ଟା ସୁଦ୍ଧା ସମଗ୍ର ଦେଶରେ ୨୪ ଘଣ୍ଟା ମଧ୍ୟରେ ୮୩,୮୭୬ କରୋନାଭାଇରସ୍‌ଜନିତ ନୂତନ ସଂକ୍ରମଣ ଓ ୮୯୫ ମୃତ୍ୟୁ ରେକର୍ଡ କରାଯାଇଛି। ୨୪ ଘଣ୍ଟାରେ ଚିହ୍ନଟ ହୋଇଥିବା ନୂତନ ଆକ୍ରାନ୍ତଙ୍କୁ ମିଶାଇ ଦେଶରେ ସମୁଦାୟ ସଂକ୍ରମିତଙ୍କ ସଂଖ୍ୟା ୪,୨୨,୭୨,୦୧୪ରେ ପହଞ୍ଚିଛି।

ଗତକାଲି ଠାରୁ ସଂକ୍ରମଣ ସଂଖ୍ୟା ୨୨.୦% କମ୍‌ ରହିଛି।କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରାଳାୟ ତଥ୍ୟ ଅନୁସାରେ, ସମଗ୍ର ଦେଶରେ ୨୪ ଘଣ୍ଟା ମଧ୍ୟରେ ୮୩,୮୭୬ କରୋନାଭାଇରସ୍‌ଜନିତ ନୂତନ ସଂକ୍ରମଣ ଓ ୮୯୫ ମୃତ୍ୟୁ ରେକର୍ଡ କରାଯାଇଛି। ୨୪ ଘଣ୍ଟାରେ ଚିହ୍ନଟ ହୋଇଥିବା ନୂତନ ଆକ୍ରାନ୍ତଙ୍କୁ ମିଶାଇ ଦେଶରେ ସମୁଦାୟ ସଂକ୍ରମିତଙ୍କ ସଂଖ୍ୟା ୪,୨୨,୭୨,୦୧୪ରେ ପହଞ୍ଚିଛି। ଗତକାଲି ଠାରୁ ସଂକ୍ରମଣ ସଂଖ୍ୟା ୨୨.୦% କମ୍‌ ରହିଛି।ଗତ ୨୪ ଘଣ୍ଟାରେ କୋଭିଡ୍‌-୧୯ ସଂକ୍ରମଣରୁ ସୁସ୍ଥ ହୋଇଥିବା ୧,୯୯,୦୫୪ଜଣ ଆକ୍ରାନ୍ତଙ୍କୁ ମିଶାଇ ସମ୍ପ୍ରତି ଦେଶରେ ସମୁଦାୟ ସୁସ୍ଥତା ସଂଖ୍ୟା ହେଉଛି ୪,୦୬,୬୦,୧୪୮।

ଏହାଛଡ଼ା, ଏବେ ଦେଶରେ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ହେଉଛି ୧୧,୦୮,୯୩୮। ସ୍ୱାସ୍ଥ୍ୟ ମନ୍ତ୍ରାଳୟ ତଥ୍ୟ ଅନୁସାରେ, ଗତକାଲି ସନ୍ଧ୍ୟା ୬ଟା ସୁଦ୍ଧା ସମୁଦାୟ ୧,୬୯,୬୩,୮୦,୭୫୫ ହିତାଧିକାରୀଙ୍କୁ ଟିକା ଦିଆଯାଇଛି। ‘ଆଇସିଏମ୍‌ଆର୍‌’ ରିପୋର୍ଟ ଅନୁସାରେ, କୋଭିଡ୍‌-୧୯ ନିଦାନ ଲାଗି ଗତକାଲି ସୁଦ୍ଧା ସମୁଦାୟ ୭୪,୧୫,୬୧,୫୮୭ଟି ନମୁନା ପରୀକ୍ଷା କରାଯାଇଛି। ଗତକାଲି ପରୀକ୍ଷା କରାଯାଇଛି ୧୧,୫୬,୩୬୩ଟି ନମୁନା। ଦୈନିକ ପଜିଟିଭିଟି ହାର ରହିଛି ୭.୨୫%।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking