34.1 C
Bhubaneswar
Friday, March 29, 2024
Homeଓଡିଶାବଲାଙ୍ଗିର ବିଧାୟକ ନରସିଂହ ମିଶ୍ରଙ୍କୁ କରୋନା

ବଲାଙ୍ଗିର ବିଧାୟକ ନରସିଂହ ମିଶ୍ରଙ୍କୁ କରୋନା

ବଲାଙ୍ଗିର : କଂଗ୍ରେସ ବିଧାୟକ ଦଳ ନେତା ତଥା ବଲାଙ୍ଗିର ବିଧାୟକ ନରସିଂହ ମିଶ୍ରଙ୍କ ଆଜି କରୋନା ସଂକ୍ରମିତ ହୋଇଥିବା ଜଣା ପଡିଛି । ଆଜି ପୁର୍ବହ୍ନରେ ବଲାଙ୍ଗିର ସ୍ଥିତ ବାସଭବନରେ ସେ ନିଜର କରୋନା ପରୀକ୍ଷା କରାଇଥିଲେ । ସେଥିରେ ତାଙ୍କର ନମୁନା ପୋଜିଟିଭ ଥିବା ଜଣାଯାଇଛି । କରୋନା ପୋଜିଟିଭ ଥିବା ସତ୍ୱେ ତାଙ୍କର ସ୍ୱାସ୍ଥ୍ୟବସ୍ଥା ସାଧାରଣ ରହିଛି । ନିଜ ପ୍ରତିକ୍ରିୟାରେ ସେ କହିଛନ୍ତି ଯେ, ଏହି କିଛି ଦିନ ମଧ୍ୟରେ ଯୋଉଁମାନେ ତାଙ୍କ ସଂସ୍ପର୍ଷରେ ଆସିଛନ୍ତି ସେମାନେ ଦୟାକରି ନିଜର କରୋନା ପରୀକ୍ଷା କରାଇ ନିଅନ୍ତୁ । ତା’ ସହ ସମସ୍ତେ ମାସ୍କ ବ୍ୟବହାର, ସାମାଜିକ ଦୂରତା ଓ କୋଭିଡ ନିୟମ ପାଳନ କରନ୍ତୁ ବୋଲି ବଲାଙ୍ଗିର ଜନସାଧାରଣଙ୍କୁ ସେ ନିବେଦନ କରିଛନ୍ତି । ଏଠାରେ ସୂଚନା ଯୋଗ୍ୟ ଯେ, ଶ୍ରୀ ମିଶ୍ର କରୋନା ଟୀକାର ଉଭୟ ଡୋଜ ନେଇ ସାରିଛନ୍ତି ।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking