37.1 C
Bhubaneswar
Thursday, March 28, 2024
HomeUncategorizedକରୋନା ସଚେତନତାର ଚତ୍ବାରିଂଶଶତୋତ୍ତର ଦିବସୀୟ କାର୍ଯ୍ୟକ୍ରମ

କରୋନା ସଚେତନତାର ଚତ୍ବାରିଂଶଶତୋତ୍ତର ଦିବସୀୟ କାର୍ଯ୍ୟକ୍ରମ

ଯାଜପୁର : ସମଗ୍ର ବିଶ୍ଵକୁ ମହାମାରୀ କରୋନାମୁକ୍ତ କରିବା ପାଇଁ ସଚେତନତାର ଆବଶ୍ୟକତାକୁ ଉପଲବ୍ଧିକରି  ଯାଜପୁର ଜିଲ୍ଲାର ଦଶରଥପୁର ବ୍ଲକ ଅନ୍ତର୍ଗତ ବାବଲପୁରସ୍ଥିତ ଦେଶର ଅଗ୍ରଣୀ ସମାଜ କଲ୍ୟାଣକାରୀ ଲୋକସଂଗଠନ ଚିନ୍ମୟ ପ୍ରତିଷ୍ଠାନ ଓ ପ୍ରତିଷ୍ଠାନଦ୍ୱାରା ପରିଚାଳିତ ମଙ୍ଗଳପୁରସ୍ଥ ଡ଼ଲଫିନ ଡ୍ୟାନ୍ସ ସ୍କୁଲ ଆଣ୍ଡ ଗ୍ରୁପ ପକ୍ଷରୁ ଆଜକୁ ଦୀର୍ଘ ୧୪୦ଦିନ ଧରି ଜାରିରଖିଛି ତା’ର ସଚେତନତା କାର୍ଯ୍ୟକ୍ରମ ଦେଶର ବିଭିନ୍ନ ସ୍ଥାନ ମାନଙ୍କରେ । ଆଜି ଓଡ଼ିଶା ରାଜ୍ୟର ନବରଙ୍ଗପୁର ଜିଲ୍ଲା ଶାଖା କାର୍ଯ୍ୟାଳୟ ପକ୍ଷରୁ ଜିଲ୍ଲାର ବିଭିନ୍ନ ସ୍ଥାନ ମାନଙ୍କରେ ସଚେତନଧର୍ମୀ ସାମାଜିକ ନାଟକ ଓ ଗୀତିନାଟ୍ୟ ପରିବେଷଣ କରାଯାଇଥିବାର ଦେଖିବାକୁ ମିଳିଥିଲା।ପ୍ରତିଷ୍ଠାନର ରାଷ୍ଟ୍ରୀୟ ଅଧ୍ୟକ୍ଷ ଚିନ୍ମୟ ଦାଶଙ୍କ ନିର୍ଦେଶ କ୍ରମେ ନବରଙ୍ଗପୁରର ଜିଲାସଂଯୋଜକ ଶ୍ରୀଯୁକ୍ତ ଚନ୍ଦନ ଦାସଙ୍କ ନେତୃତ୍ୱରେ ନବରଙ୍ଗପୁର ଜିଲ୍ଲାର  ବିଭିନ୍ନ ସ୍ଥାନମାନଙ୍କରେ ଏହି ସଚେତନତା ଓ ରିଲିଫ ବଣ୍ଟନ କାର୍ଯ୍ୟକ୍ରମ  ଚାଲୁରହିଛି ଓ ବିଶ୍ଵରୁ ମହାମାରୀ କରୋନାର ବିନାଶ ନହେବାଯାଏ ଏହି କାର୍ଯ୍ୟକ୍ରମ ଚାଲୁ ରହିବ ବୋଲି ପ୍ରତିଷ୍ଠାନର ରାଷ୍ଟ୍ରୀୟ ଅଧ୍ୟକ୍ଷ ଶ୍ରୀଯୁକ୍ତ ଚିନ୍ମୟ ଦାଶ ମତବ୍ୟକ୍ତ କରିଛନ୍ତି।ଏଥିରେ କାର୍ଯ୍ୟକ୍ରମ ସଂଯୋଜକ ଭାବେ ଡଲଫିନ୍ ଡ୍ୟାନ୍ସ ସ୍କୁଲ ଆଣ୍ଡ ଗ୍ରୁପର ନିର୍ଦ୍ଦେଶକ ମାଷ୍ଟର ମିହିର କୁମାରଙ୍କ ସହ ଅନୁଷ୍ଠାନର ସମସ୍ତ କର୍ମକର୍ତ୍ତାମାନେ ଯୋଗଦାନ କରି କାର୍ଯ୍ୟକ୍ରମକୁ ସହାୟତା ଯୋଗାଇ ଆସୁଥିବାର ଜଣାଯାଇଅଛି।

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking