29.1 C
Bhubaneswar
Tuesday, May 7, 2024
Homeଓଡିଶାରାଜ୍ୟରେ ଆଜି ୬୬ ଜୀବନ ନେଲା କରୋନା

ରାଜ୍ୟରେ ଆଜି ୬୬ ଜୀବନ ନେଲା କରୋନା

ଭୁବନେଶ୍ୱର : ରାଜ୍ୟରେ ଥମୁନି କରୋନା ମୃତ୍ୟୁ ସଂଖ୍ୟା । ପ୍ରତିଦିନ ୬୦ ଉପରେ ମୃତ୍ୟୁ ଏହି ସଂଖ୍ୟା ରହୁଛି ।  ରାଜ୍ୟରେ କରୋନା ମୃତ୍ୟୁକୁ ନେଇ ପ୍ରଶାସନ ଓ ଜନସାଧାରଣ ଆଶଙ୍କା ମଧ୍ୟରେ ରହିଛନ୍ତି । ଗତ କିଛି ଦିନ ହେଲା କରୋନା ମୃତ୍ୟୁସଂଖ୍ୟା ୬୦ ତଳକୁ ଖସିବାର ନାଁ ଧରୁନାହିଁ । ମୃତ୍ୟୁ କ୍ଷେତ୍ରରେ ରାଜ୍ୟକୁ କରୋନା କବଳିତ କରିସାରିଛି । ଲକଡାଉନ୍, ସଟଡାଉନ୍ ପରି କଟକଣା ପରେ ବି ଲାଗିପାରୁନାହିଁ ମୃତ୍ୟୁସଂଖ୍ୟାରେ ରୋକ୍ । ଏହାରି ମଧ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୬୬ ଜଣଙ୍କ ମୃତ୍ୟୁ ଘଟିଛି । ଏହାଫଳରେ ରାଜ୍ୟରେ ମୋଟ କରୋନା ମୃତ୍ୟୁ ସଂଖ୍ୟା ୬ ହଜାର ୫୦୧ କୁ ବୃଦ୍ଧି ପାଇଛି । ତେବେ ଆଜି ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୨୯ ଜଣ ମୃତ୍ୟୁବରଣ କରିଛନ୍ତି । ସେହିପରି କଟକରୁ ୧୩, ସମ୍ବଲପୁରରୁ ୮, ବରଗଡ଼ରୁ ୭, ବଲାଙ୍ଗିରରୁ ୩, ନୂଆପଡ଼ାରୁ ୨ ଜଣ ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି । ଝାରସୁଗୁଡ଼ା, କଳାହାଣ୍ଡି, ସୁବର୍ଣ୍ଣପୁର, ସୁନ୍ଦଗଡ଼ରୁ ଜଣେ ଲେଖାଏଁ କରୋନା ଆକ୍ରାନ୍ତଙ୍କର ମୃତ୍ୟୁ ହୋଇଛି । ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking