28.1 C
Bhubaneswar
Thursday, March 28, 2024
Homeଓଡିଶାରାଜ୍ୟରେ ଆଉ ୪ କରୋନା ଆକ୍ରାନ୍ତ ମୃତ

ରାଜ୍ୟରେ ଆଉ ୪ କରୋନା ଆକ୍ରାନ୍ତ ମୃତ

ଭୁବନେଶ୍ୱର : ରାଜ୍ୟରେ କିଛି ଦିନ କରୋନା ଆକ୍ରାନ୍ତଙ୍କ ସଂଖ୍ୟା କମିଥିବା ବେଳେ କରୋନା ଜନିତ ମୃତ୍ୟୁସଂଖ୍ୟା କମିବାର ନାଁ ନେଉନି । ରାଜ୍ୟରେ କିଛି ଦିନ ତଳେ ଦୈନିକ କରୋନା ଜନିତ ମୃତ୍ୟୁ ସଂଖ୍ୟା ୬୦ ଅତିକ୍ରମ କରୁଥିବା ସମୟରେ ଏବେ ଏହା ୧୦ ମଧ୍ୟରେ ସୀମିତ ରହୁଥିବା ଦେଖାଯାଉଛି । ଶୁକ୍ରବାର ଗତ ୨୪ ଘଣ୍ଟା ମଧ୍ୟରେ ୬୨୮ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ୪ ଜଣ କରୋନା ସଂକ୍ରମିତଙ୍କର ମୃତ୍ୟୁ ଘଟିଛି । ମୃତକଙ୍କ ମଧ୍ୟରେ କଟକ, ଖୋର୍ଦ୍ଧା, ଜଗତସିଂହପୁର ଓ ଭଦ୍ରକ ଜିଲାରେ ଜଣେ ଲେଖାଏଁ କରୋନା ଆକ୍ରାନ୍ତ ରହିଛନ୍ତି। ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ମୃତ୍ୟୁ ସଂଖ୍ୟା ୮ହଜାର ୧୨୨କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।

ସୂଚନା ଯେ, ରାଜ୍ୟରେ ବର୍ତମାନ ସୁଦ୍ଧା ୧୦,୧୮,୯୨୬ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ସେଥିମଧ୍ୟରୁ ୧୦,୦୪,୮୪୫ ଜଣ ସୁସ୍ଥ ହୋଇଥିବା ବେଳେ ୫,୯୦୬ ଜଣ ସକ୍ରିୟ ମାମଲା ରହିଛି । ସେହିପରି କରୋନାରେ ୮,୧୨୨ ଜଣଙ୍କର ମୃତ୍ୟୁ ହୋଇ ଥିବାବେଳେ ୫୩ଜଣଙ୍କ ଅନ୍ୟରୋଗ ଯୋଗୁଁ ମୃତ୍ୟୁ ହୋଇଛି ।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking