28.1 C
Bhubaneswar
Thursday, March 28, 2024
Homeଓଡିଶାଡବଲ ସେଞ୍ଚୁରି ପାର : ମୃତ୍ୟୁ ସଂଖ୍ୟା ୨୦୭କୁ ବୃଦ୍ଧି

ଡବଲ ସେଞ୍ଚୁରି ପାର : ମୃତ୍ୟୁ ସଂଖ୍ୟା ୨୦୭କୁ ବୃଦ୍ଧି

ଭୁବନେଶ୍ୱର: ରାଜ୍ୟରେ କରୋନା ମହାମାରୀ ସଂଖ୍ୟା ଦିନକୁ ଦିନ ବଢିଚାଲିଥିବା ବେଳେ ମୃତ୍ୟୁ ସଂଖ୍ୟା ବି ବୃଦ୍ଧି ପାଉଛି । ଆଜି ରାଜ୍ୟରେ ୧୩୮୪ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ଆଉ ୧୦ ଜଣଙ୍କର ମୃତ୍ୟୁ ହୋଇଛି । ଏହି କ୍ରମରେ ରାଜ୍ୟରେ କରୋନା ମୃତ୍ୟୁ ସଂଖ୍ୟା ୨୦୭କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।


ତେବେ ଆଜି ଗଞ୍ଜାମ ଓ ରାୟଗଡାରୁ ୩ ଜଣ ଲେଖାଁଏ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି । ସେହିପରି ଗଜପତିରେ ୨, ଖୋର୍ଦ୍ଧା ଓ କଳାହାଣ୍ଡିରେ ଜଣେ ଲେଖାଏଁ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି ।
ଆଜି ସୁଦ୍ଧା ରାୟଗଡ଼ା ଜିଲ୍ଲାରୁ ୧୦ ଜଣଙ୍କର କରୋନା ଜନିତ ମୃତ୍ୟୁ ହୋଇଛି। ସେହିପରି ଗଞ୍ଜାମ ଜିଲ୍ଲାରେ ୧୦୬ ଜଣ କରୋନାରେ ପ୍ରାଣ ହରାଇଛନ୍ତି। ଗଜପତି ଜିଲ୍ଲାରୁ ଏବେ ସୁଦ୍ଧା ୧୩ ଜଣଙ୍କର ମୃତ୍ୟୁ ହୋଇଛି। ଖୋର୍ଦ୍ଧା ରୁ ୨୯ ଜଣ ଓ କଳାହାଣ୍ଡିରୁ ୨ଜଣ ପ୍ରାଣ ହରାଇ ସାରିଲେଣି।

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking