ନୂଆଦିଲ୍ଲୀ : ଦେଶରେ ଦିନକୁ ଦିନ ହୁ ହୁ ହୋଇ ବଢିବାକୁ ଲାଗିଛି କୋରନା ସଂକ୍ରମଣ । ନୂତନ ଷ୍ଟ୍ରେନ ସହ ଏହି ସଂକ୍ରମଣ ବଢିବାରେ ଲାଗିଛି । ଲଗାତର ଭାବେ ଏହି ସଂକ୍ରମଣ ସଂଖ୍ୟା ବଢି ଆଜି ୧ ଲକ୍ଷ ୬୮ ହଜାର ଅତିକ୍ରମ କରିଛି । ଏହାକୁ ମିଶାଇ ମୋଟ ସଂକ୍ରମିତଙ୍କ ସଂଖ୍ୟା ୧ କୋଟି ୩୦ ଲକ୍ଷ ୬୦ ହଜାର ୫୪୨ କୁ ବୃଦ୍ଧି ହୋଇଛି । ତେବେ ୨୪ ଘଣ୍ଟାରେ ୯୦୪ ଜଣଙ୍କ ମୃ୍ତ୍ୟୁ ହୋଇଛି । ଏହାକୁ ମିଶାଇ ମୋଟ ମୃତ୍ୟୁ ସଂଖ୍ୟା ୧ ଲକ୍ଷ ୭୦ ହଜାର ୧୭୯ ରେ ପହଞ୍ଚିଛି ।
ତେବେ ଦେଶରେ ୧୨ ଲକ୍ଷ ୦୧ ହଜାର ୦୦୯ ଟି ଆକ୍ଟିଭ କେସ ରହିଥିବା ବେଳେ ସୁସ୍ଥ ହୋଇଛନ୍ତି ୧ କୋଟି ୨୧ ଲକ୍ଷ ୫୬ ହଜାର ୫୨୯ ଜଣ । । ଏନେଇ କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରଳାୟ ପକ୍ଷରୁ ସୁଚନା ମିଳିଛି ।