34.1 C
Bhubaneswar
Friday, March 29, 2024
Homeଓଡିଶାକରୋନା ମୁକାବିଲା : ଆଜି ପ୍ରଧାନମନ୍ତ୍ରୀ-ମୁଖ୍ୟମନ୍ତ୍ରୀଙ୍କ ଆଲୋଚନା

କରୋନା ମୁକାବିଲା : ଆଜି ପ୍ରଧାନମନ୍ତ୍ରୀ-ମୁଖ୍ୟମନ୍ତ୍ରୀଙ୍କ ଆଲୋଚନା

ଭୁବନେଶ୍ୱର : ସାରା ବିଶ୍ୱରେ କାୟା ବିସ୍ତାର କରୁଥିବା କରୋନା ଭୂତାଣୁକୁ ପ୍ରତିହତ କରିବା ପାଇଁ ସମ୍ମିଳିତ ଉଦ୍ୟମ ଜାରି ରହିଛି । ଓଡ଼ିଶାରେ ମଧ୍ୟ ସରକାର ସମସ୍ତ ଚେଷ୍ଟା ଜାରି ରଖିଛନ୍ତି। କରୋନା ମୁକାବିଲା ପାଇଁ ଶୁକ୍ରବାର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏବଂ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଭିଡିଓ କନ୍‌ଫରେନ୍ସିଂ ଜରିଆରେ ଆଲୋଚନା କରିବାର କାର୍ଯ୍ୟକ୍ରମ ରହିଛି। ଗୁରୁବାର ପ୍ରଧାନମନ୍ତ୍ରୀ ଦେଶବାସୀଙ୍କୁ ଉଦବୋଧନ ଦେବା ସହ ଆସନ୍ତା ୨୨ରେ ଜନତା କର୍ଫ୍ୟୁ ପାଇଁ ଡାକରା ଦେଇଛନ୍ତି। ଏହାକୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସ୍ବାଗତ କରିଛନ୍ତି। ଟୁଇଟ୍ ମାଧ୍ୟମରେ ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ, ମାନବ ସଭ୍ୟତା ପାଇଁ କରୋନା ଏକ ଭୟାନକ ଚ୍ୟାଲେଞ୍ଜ। ତେଣୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଦେଇଥିବା ଆହ୍ବାନକୁ ଗ୍ରହଣ କରିବା ଉଚିତ ।

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking