31.1 C
Bhubaneswar
Wednesday, May 8, 2024
Homeଓଡିଶାରାଜ୍ଯରୁ ୧୩୭୪ କରୋନା ଆକ୍ରାନ୍ତ ଚିହ୍ନଟ, ସର୍ବାଧିକ ସୁନ୍ଦରଗଡ଼

ରାଜ୍ଯରୁ ୧୩୭୪ କରୋନା ଆକ୍ରାନ୍ତ ଚିହ୍ନଟ, ସର୍ବାଧିକ ସୁନ୍ଦରଗଡ଼

ଭୁବନେଶ୍ୱର :  ରାଜ୍ଯରେ କ୍ରମାଗତା ଭାବେ କରୋନା ସଂକ୍ରମିତଙ୍କ ସଂଖ୍ଯା ବଢିବାରେ ଲାଗିଛି।  ଏପଟେ ରାଜ୍ଯରେ ସଂକ୍ରମିତଙ୍କ ସଂଖ୍ଯା ୧ ହଜାର ପାର କରିଛି। ରାଜ୍ଯରୁ ୧୩୭୪ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଚିହ୍ନଟ ଆକ୍ରାନ୍ତଙ୍କ ମଧ୍ଯରୁ ୮୧୨ ଜଣ କ୍ବାରେଣ୍ଟାଇନ କେନ୍ଦ୍ରରୁ ଓ ୫୬୨ ଜଣ ସ୍ଥାନୀୟ ଅଞ୍ଚଳର ରହିଛନ୍ତି। ଏଥିସହ ରାଜ୍ଯର ମୋଟ ଆକ୍ରାନ୍ତଙ୍କ ସଂଖ୍ଯା ୩,୪୮,୧୮୨ ରେ ପହଞ୍ଚିଛି।  ଆଜି ଚିହ୍ନଟ ଆକ୍ରାନ୍ତଙ୍କ ମଧ୍ଯରୁ ସର୍ବାଧିକ ସୁନ୍ଦରଗଡ଼ ଜିଲାରୁ ୩୫୫ ଜଣ ରହିଥିବା ଜଣାପଡ଼ିଛି। ସେହିପରି ଖୋର୍ଦ୍ଧା- ୧୯୩, ନୂଆପଡ଼ାରୁ-୧୩୫ ଓ ସମ୍ବଲପୁର ଜିଲ୍ଲାରୁ ୭୭ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏ ନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ଟ୍ବିଟ୍ ଯୋଗେ ସୂଚନା ପ୍ରଦାନ କରାଯାଇଛି।

ଆଜି ସୁନ୍ଦରଗଡ ରେକର୍ଡ କରିଛି। ଏକ ସୁନ୍ଦରଗଡ ଜିଲ୍ଲାରୁ ଚିହ୍ନଟ ହୋଇଛନ୍ତି ୩୫୫ ଜଣ ଆକ୍ରାନ୍ତ। ଗତକାଲି ମଧ୍ୟ ସବୁଠାରୁ ଅଧିକ ରୋଗୀ ଏହି ଜିଲ୍ଲାରୁ ଚିହ୍ନଟ ହୋଇଥିଲେ। ଗତକାଲି ୨୨୪ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଥିବାବେଳେ ଆଜି ଚିହ୍ନଟ ହୋଇଛନ୍ତି ୩୫୫।
ସୂଚନାଥାଉ କି, ଗତକାଲି ଚିହ୍ନଟ ୧୨୮୨ ଜଣ କରୋନା ସଂକ୍ରମିତଙ୍କ ମଧ୍ୟରୁ ୭୫୫ କ୍ୱାରେଣ୍ଟାଇନରେ ଥିବାବେଳେ ୫୨୭ ଲୋକାଲ କେସ୍‌ ଥିଲା। ସମସ୍ତ ଆକ୍ରାନ୍ତ ୨୮ ଜିଲ୍ଲାରୁ ଚିହ୍ନଟ ହୋଇଥିବା ବେଳେ ଆଜି ୨୯ ଜିଲ୍ଲାରୁ ସବୁ ଆକ୍ରାନ୍ତଙ୍କ ଚିହ୍ନଟ କରାଯାଇଛି। ତେବ ଗତକାଲି ରାଜ୍ୟରେ ପୁଣି ଜଣେ ଆକ୍ରାନ୍ତଙ୍କର ମୃତ୍ୟୁ ଘଟିଥିଲା। ମୃତକ ଜଣକ ଗଞ୍ଜାମ ଜିଲ୍ଲାର ବୋଲି ସୂଚନା ମିଳିଥିଲା।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking