30.1 C
Bhubaneswar
Saturday, April 27, 2024
Homeଓଡିଶାରାଜ୍ଯରେ ଚିହ୍ନଟ ହେଲେ ଆଉ ୮୪୯ ଆକ୍ରାନ୍ତ, ୦-୧୮ ବର୍ଷ ବୟସ ୧୩୦ ପଜିଟିଭ୍ ଚିହ୍ନଟ

ରାଜ୍ଯରେ ଚିହ୍ନଟ ହେଲେ ଆଉ ୮୪୯ ଆକ୍ରାନ୍ତ, ୦-୧୮ ବର୍ଷ ବୟସ ୧୩୦ ପଜିଟିଭ୍ ଚିହ୍ନଟ

ଭୁବନେଶ୍ୱର : ରାଜ୍ୟରେ କରୋନା ସଂକ୍ରମଣ ଜାରି ରହିଛି । ପୂର୍ବ ଅପେକ୍ଷା ରାଜ୍ୟରେ ସଂକ୍ରମଣ ହ୍ରାସ ପାଇଥିଲେ ହେଁ କରୋନାର ଭୟାବହତା ଏ ପର୍ଯ୍ୟନ୍ତ ଦୂର ହୋଇନାହିଁ । ତୃତୀୟ ଲହର ଆସିସାରିଛି ବୋଲି କିଛି ବିଶେଷଜ୍ଞ ମତ ଦେଉଥିଲେ ହେଁ ଦ୍ୱିତୀୟ ଲହର ସରିନାହିଁ ବୋଲି କେନ୍ଦ୍ର ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ କୁହାଯାଇଛି । ଏହାରି ମଧ୍ୟରେ ଆଜି ପୁଣି ୮୪୯ ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି ।

ସେମାନଙ୍କ ମଧ୍ୟରୁ ସଙ୍ଗରୋଧରୁ ୪୯୨ ଓ ସ୍ଥାନୀୟ ଅଞ୍ଚଳରୁ ୩୫୭ ଜଣ ଚିହ୍ନଟ ହେବା ସହ ୧୩୦ ଜଣ ୧୮ ବର୍ଷରୁ କମ୍ ବୟସର ପିଲା ସଂକ୍ରମିତ ହୋଇଛନ୍ତି । ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରୁ ଅନୁଗୁଳ ଜିଲ୍ଲାରୁ ୧୯ଜଣ, ବାଲେଶ୍ୱର ଜିଲ୍ଲାରୁ ୪୮ଜଣ, ବରଗଡ଼ ଜିଲ୍ଲାରୁ ୧୫ଜଣ, ଭଦ୍ରକ ଜିଲ୍ଲାରୁ ୯ଜଣ, ବୌଦ୍ଧ ଜିଲ୍ଲାରୁ ଜଣେ, କଟକ ଜିଲ୍ଲାରୁ ୧୧୫ଜଣ, ଦେବଗଡ଼ ଜିଲ୍ଲାରୁ ୯ଜଣ, ଢେଙ୍କାନାଳ ଜିଲ୍ଲାରୁ ୧୪ଜଣ, ଗଜପତି ଜିଲ୍ଲାରୁ ଜଣେ, ଗଞ୍ଜାମ ଜିଲ୍ଲାରୁ ୬ଜଣ, ଜଗତସିଂହପୁର ଜିଲ୍ଲାରୁ ୪୨ଜଣ, ଯାଜପୁର ଜିଲ୍ଲାରୁ ୪୨ଜଣ, ଝାରସୁଗୁଡ଼ା ଜିଲ୍ଲାରୁ ଜଣେ, କଳାହାଣ୍ଡି ଜିଲ୍ଲାରୁ ୩ଜଣ, କନ୍ଧମାଳ ଜିଲ୍ଲାରୁ ଜଣେ, କେନ୍ଦ୍ରାପଡ଼ା ଜିଲ୍ଲାରୁ ୨୪ଜଣ, କେନ୍ଦୁଝର ଜିଲ୍ଲାରୁ ୮ଜଣ, ଖୋର୍ଦ୍ଧା ଜିଲ୍ଲାରୁ ୩୧୩ଜଣ, କୋରାପୁଟ ଜିଲ୍ଲାରୁ ୫ଜଣ, ମାଲକାନଗିରି ଜିଲ୍ଲାରୁ ୨ଜଣ, ନୟୁରଭଞ୍ଜ ଜିଲ୍ଲାରୁ ୨୬ଜଣ, ନୟାଗଡ଼ ଜିଲ୍ଲାରୁ ୧୯ଜଣ, ନୂଆପଡ଼ା ଜିଲ୍ଲାରୁ ଜଣେ, ପୁରୀ ଜିଲ୍ଲାରୁ ୨୨ଜଣ, ରାୟଗଡ଼ା ଜିଲ୍ଲାରୁ ୨ଜଣ, ସମ୍ବଲପୁର ଜିଲ୍ଲାରୁ ୨୦ଜଣ, ସୋନପୁର ଜିଲ୍ଲାରୁ ଜଣେ, ସୁନ୍ଦରଗଡ଼ ଜିଲ୍ଲାରୁ ୧୫ଜଣ, ଷ୍ଟେଟ ପୁଲ୍‌ରୁ ୬୫ଜଣ ରହିଛନ୍ତି ।

ଏହି କ୍ରମରେ ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୦ ଲକ୍ଷ ୪ ହଜାର ୦୫୯ରେ ପହଞ୍ଚିଛି । ରାଜ୍ୟରେ ସୁସ୍ଥ ସଂଖ୍ୟା ୯ ଲକ୍ଷ ୮୮ ହଜାର ୦୯୦ ରହିଥିବା ବେଳେ ୮ ହଜାର ୨୮୮ ଜଣ ଚିକିତ୍ସିତ ହେଉଛନ୍ତି । ତେବେ ଆଜି ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୩୧୩ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । ଏନେଇ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking