32.1 C
Bhubaneswar
Friday, April 26, 2024
Homeବ୍ରେକୀଙ୍ଗଦେଶରେ ୨୪ ଘଣ୍ଟାରେ ଚିହ୍ନଟ ହେଲେ ୧୦,୦୬୪ କୋରନା ରୋଗୀ

ଦେଶରେ ୨୪ ଘଣ୍ଟାରେ ଚିହ୍ନଟ ହେଲେ ୧୦,୦୬୪ କୋରନା ରୋଗୀ

ନୂଆଦିଲ୍ଲୀ : ଦେଶରେ କୋରନା ସଂକ୍ରମଣ ଦିନକୁ ଦିନ କମିବାରେ ଲାଗିଛି । ଏହା ଦେଶବାସୀଙ୍କ ପାଇଁ ଏକ ଆଶ୍ୱସ୍ତିକର ଖବର । ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ୧୦ ହଜାର ୦୬୪ କୋରନା ରୋଗୀ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ମୋଟ ସଂକ୍ରମିତଙ୍କ ସଂଖ୍ୟା ୧ କୋଟି ୫ ଲକ୍ଷ ୮୧ ହଜାର ୮୩୭ କୁ ବୃଦ୍ଧି ହୋଇଛି । ତେବେ ୨୪ ଘଣ୍ଟାରେ ୧୩୭ଜଣଙ୍କ ମୃତ୍ୟୁହୋଇଛି । ଏହାକୁ ମିଶାଇ ମୋଟ ମୃତ୍ୟୁ ସଂଖ୍ୟା ୧ ଲକ୍ଷ ୫୨ ହଜାର ୫୫୬ ରେ ପହଞ୍ଚିଛି । ତେବେ ଦେଶରେ ୨ ଲକ୍ଷ ୫୧୮ଟି ଆକ୍ଟିଭ କେସ ରହିଥିବା ବେଳେ ସୁସ୍ଥ ହୋଇଛନ୍ତି ୧ କୋଟି ୨ ଲକ୍ଷ ୨୮ ହଜାର ୭୫୩ ଜଣ । ଏନେଇ କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରଳାୟ ପକ୍ଷରୁ ସୁଚନା ମିଳିଛି ।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking