28.1 C
Bhubaneswar
Saturday, April 27, 2024
Homeବ୍ରେକୀଙ୍ଗଦେଶରେ ଗତ ୨୪ ଘଣ୍ଟାରେ ୪୫ ହଜାର ୨୦୯ ନୂଆ ସଂକ୍ରମିତ ଚିହ୍ନଟ

ଦେଶରେ ଗତ ୨୪ ଘଣ୍ଟାରେ ୪୫ ହଜାର ୨୦୯ ନୂଆ ସଂକ୍ରମିତ ଚିହ୍ନଟ

ନୂଆଦିଲ୍ଲୀ : ଦେଶରେ ଗତ ୨୪ ଘଣ୍ଟାରେ ୪୫ ହଜାର ୨୦୯ ନୂଆ ସଂକ୍ରମିତ ଚିହ୍ନଟ ହେବା ପରେ ମୋଟ ସଂକ୍ରମିତଙ୍କ ସଂଖ୍ୟା ବୃଦ୍ଧି ପାଇଁ ୯୦ ଲକ୍ଷ ୯୫ ହଜାର ୮୦୬ରେ ପହଂଚିଛି। ୫୦୧ ଜଣ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ହେବା ପରେ ମୋଟ ମୃତ୍ୟୁ ସଂଖ୍ୟା ୧ ଲକ୍ଷ ୩୩ ହଜାର ୨୨୭କୁ ବୃଦ୍ଧି ପାଇଛି। ଏବେ କରୋନା ଜନିତ ମୃତ୍ୟୁ ହାର ୧.୪୬ ପ୍ରତିଶତକୁ ହ୍ରାସ ପାଇଛି। ଦେଶରେ ଗତ ୨୪ ଘଣ୍ଟାରେ ୪୩ ହଜାର ୪୯୩ ଜଣ କରୋନା ଆକ୍ରାନ୍ତ ସୁସ୍ଥ ହେବା ପରେ ଆରୋଗ୍ୟ ହାର ୯୩.୬୯ ପ୍ରତିଶତକୁ ବୃଦ୍ଧି ପାଇଛି। ଏହାକୁ ମିଶାଇ ଦେଶରେ ମୋଟ ଆରୋଗ୍ୟଙ୍କ ସଂଖ୍ୟା ୮୫ ଲକ୍ଷ ୨୧ ହଜାର ୬୧୭କୁ ବୃଦ୍ଧି ପାଇଛି। ସ୍ୱାସ୍ଥ୍ୟ ମନ୍ତ୍ରାଳୟ ସୂଚନା ଅନୁଯାୟୀ କେନ୍ଦ୍ର ସରକାର ଏବଂ ରାଜ୍ୟ ଓ କେନ୍ଦ୍ର ଶାସିତ ଅଞ୍ଚଳଗୁଡିକ ପକ୍ଷରୁ ଅଧିକରୁ ଅଧିକ ପରୀକ୍ଷାଗାର ସ୍ଥାପନ, ସ୍ୱତନ୍ତ୍ର କୋଭିଡ ଡାକ୍ତରଖାନା ବ୍ୟବସ୍ଥା ଓ ଚିହ୍ନଟ ବ୍ୟବସ୍ଥା ଫଳରେ ଦେଶରେ ଆରୋଗ୍ୟ ହାର ବୃଦ୍ଧି ପାଇବାରେ ଲାଗିଛି।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking