27.1 C
Bhubaneswar
Thursday, April 25, 2024
Homeକରୋନାଦେଶରେ ନିଆଁ ଭଳି ବ୍ୟାପୁଛି ସଂକ୍ରମଣ : ୨୪ ଘଣ୍ଟାରେ ୨,୬୮,୮୩୩ ଆକ୍ରାନ୍ତ ଚିହ୍ନଟ, ୪୦୨ଜଣ...

ଦେଶରେ ନିଆଁ ଭଳି ବ୍ୟାପୁଛି ସଂକ୍ରମଣ : ୨୪ ଘଣ୍ଟାରେ ୨,୬୮,୮୩୩ ଆକ୍ରାନ୍ତ ଚିହ୍ନଟ, ୪୦୨ଜଣ ମୃତ

ନୂଆଦିଲ୍ଲୀ : ବେଶ୍‌ କିଛି ଦିନ ଧରି ଦେଶରେ କରୋନାଭାଇରସ୍‌ଜନିତ ମହାମାରୀ ବିସ୍ତାର ହାର କମ୍ ରହିବା ପରେ ପୁନଶ୍ଚ ସଂକ୍ରମଣ ବେଗ ଦ୍ରୁତ ବୃଦ୍ଧି ପାଇ ବ୍ୟାପକ ହେବାରେ ଲାଗିଛି। କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରାଳାୟ ତଥ୍ୟ ଅନୁସାରେ, ସମଗ୍ର ଦେଶରେ ୨୪ ଘଣ୍ଟା ମଧ୍ୟରେ ୨,୬୮,୮୩୩ କରୋନାଭାଇରସ୍‌ଜନିତ ନୂତନ ସଂକ୍ରମଣ ଓ ୪୦୨ମୃତ୍ୟୁ ରେକର୍ଡ କରାଯାଇଛି। ଗତକାଲି ଠାରୁ ଆଜିର ସଂକ୍ରମଣ ସଂଖ୍ୟା ୪,୬୩୧ ଅଧିକ ରହିଛି।

୨୪ ଘଣ୍ଟାରେ ଚିହ୍ନଟ ହୋଇଥିବା ନୂତନ ଆକ୍ରାନ୍ତଙ୍କୁ ମିଶାଇ ଦେଶରେ ସମୁଦାୟ ସଂକ୍ରମିତଙ୍କ ସଂଖ୍ୟା ୩,୬୮,୫୦,୯୬୨ରେ ପହଞ୍ଚିଛି। ଗତ ୨୪ ଘଣ୍ଟାରେ ହୋଇଥିବା ୪୦୨ ମୃତ୍ୟୁକୁ ମିଶାଇ ଭାରତରେ ସମୁଦାୟ କୋଭିଡ୍‌-୧୯ଜନିତ ମୃତ୍ୟୁସଂଖ୍ୟା ୪,୮୫,୭୫୨ରେ ପହଞ୍ଚିଛି। ଗତ ୨୪ ଘଣ୍ଟାରେ କୋଭିଡ୍‌-୧୯ ସଂକ୍ରମଣରୁ ସୁସ୍ଥ ହୋଇଥିବା ୧,୨୨,୬୮୪ଜଣ ଆକ୍ରାନ୍ତଙ୍କୁ ମିଶାଇ ସମ୍ପ୍ରତି ଦେଶରେ ସମୁଦାୟ ସୁସ୍ଥତା ସଂଖ୍ୟା ହେଉଛି ୩,୪୯,୪୭,୩୯୦।

ଏହାଛଡ଼ା, ଏବେ ଦେଶରେ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ହେଉଛି ୧୪,୧୭,୮୨୦। ସେହିପରି, ଦେଶରେ ସମୁଦାୟ ‘ଓମିକ୍ରନ୍‌’ ସଂକ୍ରମଣ ସଂଖ୍ୟା ମଧ୍ୟ ୬,୦୪୧ରେ ପହଞ୍ଚିଛି। ସ୍ୱାସ୍ଥ୍ୟ ମନ୍ତ୍ରାଳୟ ତଥ୍ୟ ଅନୁସାରେ, ଗତକାଲି ସନ୍ଧ୍ୟା ୬ଟା ସୁଦ୍ଧା ସମୁଦାୟ ୧,୫୬,୦୨,୫୧,୧୧୭ ହିତାଧିକାରୀଙ୍କୁ ଟିକା ଦିଆଯାଇଛି। ‘ଆଇସିଏମ୍‌ଆର୍‌’ ରିପୋର୍ଟ ଅନୁସାରେ, କୋଭିଡ୍‌-୧୯ ନିଦାନ ଲାଗି ଗତକାଲି ସୁଦ୍ଧା ସମୁଦାୟ ୭୦,୦୭,୧୨,୮୨୪ଟି ନମୁନା ପରୀକ୍ଷା କରାଯାଇଛି। ଗତକାଲି ପରୀକ୍ଷା କରାଯାଇଛି ୧୬,୧୩,୭୪୦ଟି ନମୁନା। ଦେଶରେ ଦୈନିକ ପଜିଟିଭିଟି ହାର ୧୬.୬୬% ରହୁଛି।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking