26.1 C
Bhubaneswar
Friday, March 29, 2024
Homeକରୋନାହ୍ରାସ ପାଉଛି ସଂକ୍ରମଣ : ଦେଶରେ ୨୪ ଘଣ୍ଟାରେ ୨,୫୮,୦୮୯ ଆକ୍ରାନ୍ତ ଚିହ୍ନଟ, ୩୮୫ଜଣ ମୃତ

ହ୍ରାସ ପାଉଛି ସଂକ୍ରମଣ : ଦେଶରେ ୨୪ ଘଣ୍ଟାରେ ୨,୫୮,୦୮୯ ଆକ୍ରାନ୍ତ ଚିହ୍ନଟ, ୩୮୫ଜଣ ମୃତ

ନୂଆଦିଲ୍ଲୀ: ଗତ ଅଳ୍ପ କିଛି ଦିନ ଧରି ଦେଶରେ କରୋନାଭାଇରସ୍‌ଜନିତ ମହାମାରୀ ଦ୍ରୁତ ବେଗରେ ବିସ୍ତାରିତ ହେବା ପରେ କ୍ରମଶଃ ହ୍ରାସ ପାଇବାରେ ଲାଗିଛି । କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରାଳାୟ ତଥ୍ୟ ଅନୁସାରେ, ସମଗ୍ର ଦେଶରେ ୨୪ ଘଣ୍ଟା ମଧ୍ୟରେ ୨,୫୮,୦୮୯ କରୋନାଭାଇରସ୍‌ଜନିତ ନୂତନ ସଂକ୍ରମଣ ଓ ୩୮୫ ମୃତ୍ୟୁ ରେକର୍ଡ କରାଯାଇଛି। ଗତକାଲି ଠାରୁ ଆଜିର ସଂକ୍ରମଣ ସଂଖ୍ୟା ୧୩,୧୧୩ କମ୍‌ ରହିଛି। ୨୪ ଘଣ୍ଟାରେ ଚିହ୍ନଟ ହୋଇଥିବା ନୂତନ ଆକ୍ରାନ୍ତଙ୍କୁ ମିଶାଇ ଦେଶରେ ସମୁଦାୟ ସଂକ୍ରମିତଙ୍କ ସଂଖ୍ୟା ୩,୭୩,୮୦,୨୪୩ରେ ପହଞ୍ଚିଛି । ଗତ ୨୪ ଘଣ୍ଟାରେ ହୋଇଥିବା ୩୧୪ ମୃତ୍ୟୁକୁ ମିଶାଇ ଭାରତରେ ସମୁଦାୟ କୋଭିଡ୍‌-୧୯ଜନିତ ମୃତ୍ୟୁସଂଖ୍ୟା ୪,୮୬,୪୫୧ରେ ପହଞ୍ଚିଛି। ଗତ ୨୪ ଘଣ୍ଟାରେ କୋଭିଡ୍‌-୧୯ ସଂକ୍ରମଣରୁ ସୁସ୍ଥ ହୋଇଥିବା ୧,୫୧,୭୪୦ଜଣ ଆକ୍ରାନ୍ତଙ୍କୁ ମିଶାଇ ସମ୍ପ୍ରତି ଦେଶରେ ସମୁଦାୟ ସୁସ୍ଥତା ସଂଖ୍ୟା ହେଉଛି ୩,୫୨,୩୭,୪୬୧।

ଏହାଛଡ଼ା, ଏବେ ଦେଶରେ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ହେଉଛି ୧୬,୫୬,୩୪୧। ସେହିପରି, ଦେଶରେ ସମୁଦାୟ ‘ଓମିକ୍ରନ୍‌’ ସଂକ୍ରମଣ ସଂଖ୍ୟା ମଧ୍ୟ ୮,୨୦୯ରେ ପହଞ୍ଚିଛି। ରବିବାର ଠାରୁ ଓମିକ୍ରନ୍‌ ସଂକ୍ରମଣ ୬.୦୨% ବୃଦ୍ଧି ପାଇଛି। ସମ୍ପ୍ରତି ଦେଶର ୨୯ଟି ରାଜ୍ୟରେ ଓମିକ୍ରନ୍‌ ଚିହ୍ନଟ କରାଗଲାଣି। ସ୍ୱାସ୍ଥ୍ୟ ମନ୍ତ୍ରାଳୟ ତଥ୍ୟ ଅନୁସାରେ, ଗତକାଲି ସନ୍ଧ୍ୟା ୬ଟା ସୁଦ୍ଧା ସମୁଦାୟ ,୫୭,୨୦,୪୧,୮୨୫ ହିତାଧିକାରୀଙ୍କୁ ଟିକା ଦିଆଯାଇଛି। ‘ଆଇସିଏମ୍‌ଆର୍‌’ ରିପୋର୍ଟ ଅନୁସାରେ, କୋଭିଡ୍‌-୧୯ ନିଦାନ ଲାଗି ଗତକାଲି ସୁଦ୍ଧା ସମୁଦାୟ ୭୦,୩୭,୬୨,୨୮୨ଟି ନମୁନା ପରୀକ୍ଷା କରାଯାଇଛି। ଗତକାଲି ପରୀକ୍ଷା କରାଯାଇଛି ୧୩,୧୩,୪୪୪ଟି ନମୁନା। ଦୈନିକ ପଜିଟିଭିଟି ହାର ରହିଛି ୧୧୯.୬୫%।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking