39.1 C
Bhubaneswar
Friday, April 26, 2024
Homeକରୋନାଦେଶରେ ୨୪ ଘଣ୍ଟାରେ ୨,୮୨,୯୭୦ ଆକ୍ରାନ୍ତ ଚିହ୍ନଟ, ୪୪୧ଜଣ ମୃତ

ଦେଶରେ ୨୪ ଘଣ୍ଟାରେ ୨,୮୨,୯୭୦ ଆକ୍ରାନ୍ତ ଚିହ୍ନଟ, ୪୪୧ଜଣ ମୃତ

ନୂଆଦିଲ୍ଲୀ: ବେଶ୍‌ କିଛି ଦିନ ଧରି ଦେଶରେ କରୋନାଭାଇରସ୍‌ଜନିତ ମହାମାରୀ ଦ୍ରୁତ ବେଗରେ ବିସ୍ତାରିତ ହେବା ସହ ସଂକ୍ରମଣ ସଂଖ୍ୟା କ୍ରମଶଃ ଅଧିକ ହୋଇଚାଲିଛି। କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରାଳାୟ ତଥ୍ୟ ଅନୁସାରେ, ସମଗ୍ର ଦେଶରେ ୨୪ ଘଣ୍ଟା ମଧ୍ୟରେ ୨,୮୨,୯୭୦ କରୋନାଭାଇରସ୍‌ଜନିତ ନୂତନ ସଂକ୍ରମଣ ଓ ୪୪୧ ମୃତ୍ୟୁ ରେକର୍ଡ କରାଯାଇଛି। ଗତକାଲି ଠାରୁ ଆଜିର ସଂକ୍ରମଣ ସଂଖ୍ୟା ୪୪,୮୮୯ ଅଧିକ ରହିଛି। ୨୪ ଘଣ୍ଟାରେ ଚିହ୍ନଟ ହୋଇଥିବା ନୂତନ ଆକ୍ରାନ୍ତଙ୍କୁ ମିଶାଇ ଦେଶରେ ସମୁଦାୟ ସଂକ୍ରମିତଙ୍କ ସଂଖ୍ୟା ୩,୭୯,୦୧,୨୪୧ରେ ପହଞ୍ଚିଛି। ଗତ ୨୪ ଘଣ୍ଟାରେ ହୋଇଥିବା ୪୪୧ ମୃତ୍ୟୁକୁ ମିଶାଇ ଭାରତରେ ସମୁଦାୟ କୋଭିଡ୍‌-୧୯ଜନିତ ମୃତ୍ୟୁସଂଖ୍ୟା ୪,୮୭,୨୦୨ରେ ପହଞ୍ଚିଛି।

ଗତ ୨୪ ଘଣ୍ଟାରେ କୋଭିଡ୍‌-୧୯ ସଂକ୍ରମଣରୁ ସୁସ୍ଥ ହୋଇଥିବା ୧,୮୮,୧୫୭ଜଣ ଆକ୍ରାନ୍ତଙ୍କୁ ମିଶାଇ ସମ୍ପ୍ରତି ଦେଶରେ ସମୁଦାୟ ସୁସ୍ଥତା ସଂଖ୍ୟା ହେଉଛି ୩,୫୫,୮୩,୦୩୯। ଏହାଛଡ଼ା, ଏବେ ଦେଶରେ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ହେଉଛି ୧୮,୩୧,୦୦୦। ସେହିପରି, ଦେଶରେ ସମୁଦାୟ ‘ଓମିକ୍ରନ୍‌’ ସଂକ୍ରମଣ ସଂଖ୍ୟା ମଧ୍ୟ ୮,୯୬୧ରେ ପହଞ୍ଚିଛି। ଗତକାଲି ଠାରୁ ଓମିକ୍ରନ୍‌ ସଂକ୍ରମଣ ୦.୭୯% ବୃଦ୍ଧି ପାଇଛି। ସ୍ୱାସ୍ଥ୍ୟ ମନ୍ତ୍ରାଳୟ ତଥ୍ୟ ଅନୁସାରେ, ଗତକାଲି ସନ୍ଧ୍ୟା ୬ଟା ସୁଦ୍ଧା ସମୁଦାୟ ୧,୫୮,୮୮,୪୭,୫୫୪ ହିତାଧିକାରୀଙ୍କୁ ଟିକା ଦିଆଯାଇଛି। ‘ଆଇସିଏମ୍‌ଆର୍‌’ ରିପୋର୍ଟ ଅନୁସାରେ, କୋଭିଡ୍‌-୧୯ ନିଦାନ ଲାଗି ଗତକାଲି ସୁଦ୍ଧା ସମୁଦାୟ ୭୦,୭୪,୨୧,୬୫୦ଟି ନମୁନା ପରୀକ୍ଷା କରାଯାଇଛି। ଗତକାଲି ପରୀକ୍ଷା କରାଯାଇଛି ୧୮,୬୯,୬୪୨ଟି ନମୁନା। ଦୈନିକ ପଜିଟିଭିଟି ହାର ରହିଛି ୧୫.୧୩%।

 

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking