39.1 C
Bhubaneswar
Friday, April 26, 2024
Homeକରୋନାଦେଶରେ ୨୪ ଘଣ୍ଟାରେ ୩,୩୭,୭୦୪ ଆକ୍ରାନ୍ତ ଚିହ୍ନଟ, ୪୮୮ ମୃତ

ଦେଶରେ ୨୪ ଘଣ୍ଟାରେ ୩,୩୭,୭୦୪ ଆକ୍ରାନ୍ତ ଚିହ୍ନଟ, ୪୮୮ ମୃତ

ନୂଆଦିଲ୍ଲୀ : ବେଶ୍‌ କିଛି ଦିନ ଧରି ଦେଶରେ କରୋନାଭାଇରସ୍‌ଜନିତ ମହାମାରୀ ଦ୍ରୁତ ବେଗରେ ବିସ୍ତାରିତ ହେବା ସହ ସଂକ୍ରମଣ ସଂଖ୍ୟା ଦିନେ ଅଧିକ ତ ଦିନେ କମ୍‌ ରହୁଛି। କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରାଳାୟ ତଥ୍ୟ ଅନୁସାରେ, ଶନିବାର ସକାଳ ୮ଟା ସୁଦ୍ଧା ସମଗ୍ର ଦେଶରେ ୨୪ ଘଣ୍ଟା ମଧ୍ୟରେ ୩,୩୭,୭୦୪ କରୋନାଭାଇରସ୍‌ଜନିତ ନୂତନ ସଂକ୍ରମଣ ଓ ୪୮୮ ମୃତ୍ୟୁ ରେକର୍ଡ କରାଯାଇଛି। ଗତକାଲି ଠାରୁ ଆଜିର ସଂକ୍ରମଣ ସଂଖ୍ୟା ୯,୫୫୦ କମ୍‌ ରହିଛି। ୨୪ ଘଣ୍ଟାରେ ଚିହ୍ନଟ ହୋଇଥିବା ନୂତନ ଆକ୍ରାନ୍ତଙ୍କୁ ମିଶାଇ ଦେଶରେ ସମୁଦାୟ ସଂକ୍ରମିତଙ୍କ ସଂଖ୍ୟା ୩,୮୯,୦୩,୭୩୧ରେ ପହଞ୍ଚିଛି।

ଗତ ୨୪ ଘଣ୍ଟାରେ ହୋଇଥିବା ୪୮୮ ମୃତ୍ୟୁକୁ ମିଶାଇ ଭାରତରେ ସମୁଦାୟ କୋଭିଡ୍‌-୧୯ଜନିତ ମୃତ୍ୟୁସଂଖ୍ୟା ୪,୮୮,୮୮୪ରେ ପହଞ୍ଚିଛି।ଗତ ୨୪ ଘଣ୍ଟାରେ କୋଭିଡ୍‌-୧୯ ସଂକ୍ରମଣରୁ ସୁସ୍ଥ ହୋଇଥିବା ୨,୪୨,୬୭୬ଜଣ ଆକ୍ରାନ୍ତଙ୍କୁ ମିଶାଇ ସମ୍ପ୍ରତି ଦେଶରେ ସମୁଦାୟ ସୁସ୍ଥତା ସଂଖ୍ୟା ହେଉଛି ୩,୬୩,୦୧,୪୮୨। ଏହାଛଡ଼ା, ଏବେ ଦେଶରେ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ହେଉଛି ୨୧,୧୩,୩୬୫। ସେହିପରି, ଦେଶରେ ସମୁଦାୟ ‘ଓମିକ୍ରନ୍‌’ ସଂକ୍ରମଣ ସଂଖ୍ୟା ମଧ୍ୟ ୧୦,୦୫୦ରେ ପହଞ୍ଚିଛି। ଗତକାଲି ଠାରୁ ଓମିକ୍ରନ୍‌ ସଂକ୍ରମଣ ୩.୬୯% ବୃଦ୍ଧି ପାଇଛି।

ସ୍ୱାସ୍ଥ୍ୟ ମନ୍ତ୍ରାଳୟ ତଥ୍ୟ ଅନୁସାରେ, ଗତକାଲି ସନ୍ଧ୍ୟା ୬ଟା ସୁଦ୍ଧା ସମୁଦାୟ ୧,୬୧,୧୬,୬୦,୦୭୮ ହିତାଧିକାରୀଙ୍କୁ ଟିକା ଦିଆଯାଇଛି। ‘ଆଇସିଏମ୍‌ଆର୍‌’ ରିପୋର୍ଟ ଅନୁସାରେ, କୋଭିଡ୍‌-୧୯ ନିଦାନ ଲାଗି ଗତକାଲି ସୁଦ୍ଧା ସମୁଦାୟ ୭୧,୩୪,୯୯,୮୯୨ଟି ନମୁନା ପରୀକ୍ଷା କରାଯାଇଛି। ଗତକାଲି ପରୀକ୍ଷା କରାଯାଇଛି ୧୯,୬୦,୯୫୪ଟି ନମୁନା। ଦୈନିକ ପଜିଟିଭିଟି ହାର ରହିଛି ୧୭.୨୨%।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking