31.1 C
Bhubaneswar
Sunday, May 19, 2024
Homeକରୋନାଦେଶରେ ୨୪ ଘଣ୍ଟାରେ ୫୦,୪୦୭ ଆକ୍ରାନ୍ତ ଚିହ୍ନଟ, ୮୦୪ ମୃତ

ଦେଶରେ ୨୪ ଘଣ୍ଟାରେ ୫୦,୪୦୭ ଆକ୍ରାନ୍ତ ଚିହ୍ନଟ, ୮୦୪ ମୃତ

ନୂଆଦିଲ୍ଲୀ: ବେଶ୍‌ କିଛି ଦିନ ଧରି ଦେଶରେ କରୋନାଭାଇରସ୍‌ଜନିତ ମହାମାରୀ ଦ୍ରୁତ ବେଗରେ ବିସ୍ତାରିତ ହେବା ପରେ ଏବେ ଦୈନିକ ସଂକ୍ରମଣ ସଂଖ୍ୟା କ୍ରମଶଃ ହ୍ରାସ ପାଇ ଅଧ ଲକ୍ଷରୁ ସାମାନ୍ୟ ଅଧିକ ରହୁଛି। କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରାଳାୟ ତଥ୍ୟ ଅନୁସାରେ, ସମଗ୍ର ଦେଶରେ ୨୪ ଘଣ୍ଟା ମଧ୍ୟରେ ୫୦,୪୦୭ କରୋନାଭାଇରସ୍‌ଜନିତ ନୂତନ ସଂକ୍ରମଣ ଓ ୮୦୪ ମୃତ୍ୟୁ ରେକର୍ଡ କରାଯାଇଛି। ୨୪ ଘଣ୍ଟାରେ ଚିହ୍ନଟ ହୋଇଥିବା ନୂତନ ଆକ୍ରାନ୍ତଙ୍କୁ ମିଶାଇ ଦେଶରେ ସମୁଦାୟ ସଂକ୍ରମିତଙ୍କ ସଂଖ୍ୟା ୪,୨୫,୮୬,୫୪୪ରେ ପହଞ୍ଚିଛି।

ଗତ ୨୪ ଘଣ୍ଟାରେ ହୋଇଥିବା ୮୦୪ ମୃତ୍ୟୁକୁ ମିଶାଇ ଭାରତରେ ସମୁଦାୟ କୋଭିଡ୍‌-୧୯ଜନିତ ମୃତ୍ୟୁସଂଖ୍ୟା ୫,୦୭,୯୮୧ରେ ପହଞ୍ଚିଛି। ଗତ ୨୪ ଘଣ୍ଟାରେ କୋଭିଡ୍‌-୧୯ ସଂକ୍ରମଣରୁ ସୁସ୍ଥ ହୋଇଥିବା ୧,୩୬,୯୬୨ଜଣ ଆକ୍ରାନ୍ତଙ୍କୁ ମିଶାଇ ସମ୍ପ୍ରତି ଦେଶରେ ସମୁଦାୟ ସୁସ୍ଥତା ସଂଖ୍ୟା ହେଉଛି ୪,୧୪,୬୮,୧୨୦। ଏହାଛଡ଼ା, ଏବେ ଦେଶରେ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ହେଉଛି ୬,୧୦,୪୪୯।

ସ୍ୱାସ୍ଥ୍ୟ ମନ୍ତ୍ରାଳୟ ତଥ୍ୟ ଅନୁସାରେ, ଗତକାଲି ସନ୍ଧ୍ୟା ୬ଟା ସୁଦ୍ଧା ସମୁଦାୟ ୧,୭୨,୨୯,୪୭,୬୮୮ ହିତାଧିକାରୀଙ୍କୁ ଟିକା ଦିଆଯାଇଛି। ‘ଆଇସିଏମ୍‌ଆର୍‌’ ରିପୋର୍ଟ ଅନୁସାରେ, କୋଭିଡ୍‌-୧୯ ନିଦାନ ଲାଗି ଗତକାଲି ସୁଦ୍ଧା ସମୁଦାୟ ୭୪,୯୩,୨୦,୫୭୯ଟି ନମୁନା ପରୀକ୍ଷା କରାଯାଇଛି। ଗତକାଲି ପରୀକ୍ଷା କରାଯାଇଛି ୧୪,୫୦,୫୩୨ଟି ନମୁନା। ଦୈନିକ ପଜିଟିଭିଟି ହାର ରହିଛି ୩.୪୮%।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking