29.1 C
Bhubaneswar
Saturday, April 27, 2024
Homeକରୋନାଦେଶରେ ଗତ ୨୪ ଘଣ୍ଟାରେ ଆଉ ୯୪,୦୫୨ ନୂଆ ସଂକ୍ରମିତ ଚିହ୍ନଟ

ଦେଶରେ ଗତ ୨୪ ଘଣ୍ଟାରେ ଆଉ ୯୪,୦୫୨ ନୂଆ ସଂକ୍ରମିତ ଚିହ୍ନଟ

ନୂଆଦିଲ୍ଲୀ : ଗତ କିଛିଦିନ ତୁଳନାରେ ଦେଶରେ ସଂକ୍ରମିତ ସଂଖ୍ୟା ହ୍ରାସ ପାଉଥିବା ଦେଖାଯାଉଥିବା ବେଳେ କରୋନା ଜନିତ ମୃତ୍ୟୁ ସଂଖ୍ୟା ବୃଦ୍ଧି ପାଉଛି। ଗତ ୨୪ ଘଣ୍ଟାରେ ଆଉ ୯୪,୦୫୨ ନୂଆ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ଚିକିତ୍ସାଧୀନ ଅବସ୍ଥାରେ ୬ ହଜାର ୧୪୮ ଆକ୍ରାନ୍ତ ଆଖି ବୁଜିଛନ୍ତି। ସେହିପରି ମୋଟ ସଂକ୍ରମିତଙ୍କ ସଂକ୍ୟା ୨,୯୧,୮୩,୧୨୧କୁ ବୃଦ୍ଧି ପାଇଛି। ଏହାସହ ମୋଟ ମୃତ୍ୟୁ ସଂଖ୍ୟା ୩ ଲକ୍ଷ ୫୯ହଜାର ୬୭୬ରେ ପହଞ୍ଚିଛି। ଦିନକରେ ୧,୫୧,୩୬୭ ସୁସ୍ଥ ହୋଇଥିବା ବେଳେ ମୋଟ ୨,୭୬,୫୫,୪୯୩ ଆରୋଗ୍ୟ ହୋଇ ଘରକୁ ଫେରିଛନ୍ତି। ୧୧,୬୭,୯୫୨ ସକ୍ରିୟ ଆକ୍ରାନ୍ତ ଚିକିତ୍ସାଧୀନ ଅବସ୍ଥାରେ ରହିଛନ୍ତି। ୨୩,୯୦,୫୮,୩୬୦ ଟିକା ନେଇ ସାରିଛନ୍ତି। ଏନେଇ କେନ୍ଦ୍ର ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରାଳୟ ପକ୍ଷରୁ ଟ୍ୱିଟ ଯୋଗେ ସୂଚନା ମିଳିଛି।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking