34.1 C
Bhubaneswar
Friday, March 29, 2024
Homeକରୋନାଦେଶରେ ଗତ ୨୪ ଘଣ୍ଟାରେ ୬୦,୭୫୩ ଆକ୍ରାନ୍ତ ଚିହ୍ନଟ, ସଂକ୍ରମିତଙ୍କ ୧,୬୪୭ ମୃତ୍ୟୁ

ଦେଶରେ ଗତ ୨୪ ଘଣ୍ଟାରେ ୬୦,୭୫୩ ଆକ୍ରାନ୍ତ ଚିହ୍ନଟ, ସଂକ୍ରମିତଙ୍କ ୧,୬୪୭ ମୃତ୍ୟୁ

ନୂଆଦିଲ୍ଲୀ : ଦେଶରେ ଗତ ୨୪ ଘଣ୍ଟା ମଧ୍ୟରେ କରୋନାଭାଇରସ୍‌ଜନିତ ମହାମାରୀ ସଂକ୍ରମଣସଂଖ୍ୟା ୬୦ ହଜାରରୁ କିଛି ଅଧିକ ଥିବା ବେଳେ ମୃତ୍ୟୁସଂଖ୍ୟା ୧.୬ ହଜାରରୁ ସାମାନ୍ୟ ଅଧିକ ‌ଥିବା ରେକର୍ଡ କରାଯାଇଛି। ଗତକାଲି ଠାରୁ ଆଜିର ନୂତନ ସଂକ୍ରମଣସଂଖ୍ୟା କମ୍‌ ରହିଛି। କେନ୍ଦ୍ର ସ୍ବାସ୍ଥ୍ୟ ମନ୍ତ୍ରାଳୟ ତଥ୍ୟ ଅନୁସାରେ, ସମଗ୍ର ଦେଶରେ ୨୪ ଘଣ୍ଟା ମଧ୍ୟରେ ୬୦,୭୫୩ କରୋନାଭାଇରସ୍‌ଜନିତ ନୂତନ ସଂକ୍ରମଣ ଓ ୧,୬୪୭ ମୃତ୍ୟୁ ରେକର୍ଡ କରାଯାଇଛି।

ଏହି ତଥ୍ୟକୁ ମିଶାଇ ଭାରତରେ ସମୁଦାୟ କୋଭିଡ୍‌ ସଂକ୍ରମଣ ମାମଲା ୨,୯୮,୨୩,୫୪୬ ଓ ମୃତ୍ୟୁସଂଖ୍ୟା ୩,୮୫,୧୩୭ରେ ପହଞ୍ଚିଛି। ସେହିଭଳି, ଗତ ୨୪ ଘଣ୍ଟା ମଧ୍ୟରେ ୯୭,୭୪୩ ଆକ୍ରାନ୍ତ ସୁସ୍ଥ ହୋଇ ଫେରିବା ସହ ସମୁଦାୟ ସୁସ୍ଥତାସଂଖ୍ୟା ୨,୮୬,୭୮,୩୯୦ରେ ପହଞ୍ଚିଛି। ଏହା ବ୍ୟତିରେକେ, ଏବେ ଦେଶରେ ସମୁଦାୟ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ହେଉଛି ୭,୬୦,୦୧୯।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking