29.1 C
Bhubaneswar
Saturday, April 27, 2024
Homeଦେଶ ବିଦେଶଦେଶରେ ୨୪ ଘଣ୍ଟା ମଧ୍ୟରେ ୫୦ ହଜାର ୪୦ ଆକ୍ରାନ୍ତ ଚିହ୍ନଟ, ୧୨୫୮...

ଦେଶରେ ୨୪ ଘଣ୍ଟା ମଧ୍ୟରେ ୫୦ ହଜାର ୪୦ ଆକ୍ରାନ୍ତ ଚିହ୍ନଟ, ୧୨୫୮ ସଂହକ୍ରମିତଙ୍କ ମୃତ୍ୟୁ

ନୂଆଦିଲ୍ଲୀ : ଦେଶରେ ଗତ ୨୪ ଘଣ୍ଟା ମଧ୍ୟରେ କରୋନାଭାଇରସ୍‌ଜନିତ ମହାମାରୀ ସଂକ୍ରମଣସଂଖ୍ୟା ୫୦ ହଜାରରୁ କିଛି ଅଧିକ ଥିବା ବେଳେ ମୃତ୍ୟୁସଂଖ୍ୟା ୧.୨ ହଜାରରୁ ସାମାନ୍ୟ ଅଧିକ ‌ଥିବା ରେକର୍ଡ କରାଯାଇଛି। କେନ୍ଦ୍ର ସ୍ବାସ୍ଥ୍ୟ ମନ୍ତ୍ରାଳୟ ତଥ୍ୟ ଅନୁସାରେ, ସମଗ୍ର ଦେଶରେ ୨୪ ଘଣ୍ଟା ମଧ୍ୟରେ ୫୦,୦୪୦ କରୋନାଭାଇରସ୍‌ଜନିତ ନୂତନ ସଂକ୍ରମଣ ଓ ୧,୨୫୮ ମୃତ୍ୟୁ ରେକର୍ଡ କରାଯାଇଛି। ଏହି ତଥ୍ୟକୁ ମିଶାଇ ଭାରତରେ ସମୁଦାୟ କୋଭିଡ୍‌ ସଂକ୍ରମଣ ମାମଲା ୩,୦୨,୩୩,୧୮୩ ଓ ମୃତ୍ୟୁସଂଖ୍ୟା ୩,୯୫,୭୫୧ରେ ପହଞ୍ଚିଛି। ସେହିଭଳି, ଗତ ୨୪ ଘଣ୍ଟା ମଧ୍ୟରେ ୫୭,୯୪୪ ଆକ୍ରାନ୍ତ ସୁସ୍ଥ ହୋଇ ଫେରିବା ସହ ସମୁଦାୟ ସୁସ୍ଥତା ସଂଖ୍ୟା ୨,୯୨,୫୧,୦୨୯ରେ ପହଞ୍ଚିଛି। ଦେଶରେ ସମୁଦାୟ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ହେଉଛି ୫,୮୬,୪୦୩। କେନ୍ଦ୍ର ସ୍ବାସ୍ଥ୍ୟ ମନ୍ତ୍ରାଳୟ ତଥ୍ୟ ଅନୁସାରେ, ଗତକାଲି ସନ୍ଧ୍ୟା ୬ଟା ସୁଦ୍ଧା ସମୁଦାୟ ୩୨,୧୭,୬୦,୦୭୭ଜଣ ହିତାଧିକାରୀଙ୍କୁ ଟିକା ଦିଆଯାଇଛି। ‘ଆଇସିଏମ୍ଆର୍‌’ କହିବା ଅନୁସାରେ, ଏହି ଭୂତାଣୁଜନିତ ରୋଗ ଚିହ୍ନଟ ପାଇଁ ଜୁନ୍ ୨୫ ତାରିଖ ସୁଦ୍ଧା ସମୁଦାୟ ୪୦,୩୫,୮୯,୨୦୧ ନମୁନା ପରୀକ୍ଷା ସରିଛି। ଗତକାଲି ପରୀକ୍ଷା ହୋଇଛି ୧୭,୭୭,୩୦୯ଟି ନମୁନା।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking