29.1 C
Bhubaneswar
Wednesday, April 24, 2024
Homeକରୋନାଦେଶରେ ୨୪ ଘଣ୍ଟାରେ ୨,୧୨୪ ଆକ୍ରାନ୍ତ ଚିହ୍ନଟ, ୧୭ ମୃତ

ଦେଶରେ ୨୪ ଘଣ୍ଟାରେ ୨,୧୨୪ ଆକ୍ରାନ୍ତ ଚିହ୍ନଟ, ୧୭ ମୃତ

ନୂଆଦିଲ୍ଲୀ: ଆଜି ମଧ୍ୟ ଦେଶରେ କୋଭିଡ୍‌-୧୯ ଆକ୍ରାନ୍ତଙ୍କ ସଂଖ୍ୟା ୨୦୦୦ ଉପରେ ରହିଛି। କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରାଳାୟ ତଥ୍ୟ ଅନୁସାରେ, ସମଗ୍ର ଦେଶରେ ୨୪ ଘଣ୍ଟା ମଧ୍ୟରେ ୨,୧୨୪ କରୋନାଭାଇରସ୍‌ଜନିତ ନୂତନ ସଂକ୍ରମଣ ଓ ୧୭ ମୃତ୍ୟୁ ରେକର୍ଡ କରାଯାଇଛି। ୨୪ ଘଣ୍ଟାରେ ଚିହ୍ନଟ ହୋଇଥିବା ୨,୧୨୪ ନୂତନ ଆକ୍ରାନ୍ତଙ୍କୁ ମିଶାଇ ଦେଶରେ ସମୁଦାୟ ସଂକ୍ରମିତଙ୍କ ସଂଖ୍ୟା ୪,୩୧,୪୨,୧୯୨ରେ ପହଞ୍ଚିଛି। ଗତ ୨୪ ଘଣ୍ଟାରେ ହୋଇଥିବା ୧୭ ମୃତ୍ୟୁକୁ ମିଶାଇ ଭାରତରେ ସମୁଦାୟ କୋଭିଡ୍‌-୧୯ଜନିତ ମୃତ୍ୟୁସଂଖ୍ୟା ୫,୨୪,୫୦୭ରେ ପହଞ୍ଚିଛି। ଗତ ୨୪ ଘଣ୍ଟାରେ କୋଭିଡ୍‌-୧୯ ସଂକ୍ରମଣରୁ ସୁସ୍ଥ ହୋଇଥିବା ୧୯୭୭ଜଣ ଆକ୍ରାନ୍ତଙ୍କୁ ମିଶାଇ ସମ୍ପ୍ରତି ଦେଶରେ ସମୁଦାୟ ସୁସ୍ଥତା ସଂଖ୍ୟା ହେଉଛି ୪,୨୬,୦୨,୭୧୪। ଏହାଛଡ଼ା, ଏବେ ଦେଶରେ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ହେଉଛି ୧୪୯୭୧। ସ୍ୱାସ୍ଥ୍ୟ ମନ୍ତ୍ରାଳୟ ତଥ୍ୟ ଅନୁସାରେ, ଗତକାଲି ସନ୍ଧ୍ୟା ୬ଟା ସୁଦ୍ଧା ସମୁଦାୟ ୧,୯୨,୬୭,୪୪,୭୬୯ ହିତାଧିକାରୀଙ୍କୁ ଟିକା ଦିଆଯାଇଛି।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking