20.1 C
Bhubaneswar
Sunday, November 17, 2024
Homeକରୋନାଦେଶରେ ୨୪ ଘଣ୍ଟାରେ ୨,୭୧୦ ଆକ୍ରାନ୍ତ ଚିହ୍ନଟ, ୧୪ ମୃତ

ଦେଶରେ ୨୪ ଘଣ୍ଟାରେ ୨,୭୧୦ ଆକ୍ରାନ୍ତ ଚିହ୍ନଟ, ୧୪ ମୃତ

ନୂଆଦିଲ୍ଲୀ: ଗତକାଲିଠାରୁ ଆଜି ଦେଶରେ କୋଭିଡ୍‌-୧୯ ଆକ୍ରାନ୍ତଙ୍କ ସଂଖ୍ୟା ସାମାନ୍ୟ ବୃଦ୍ଧି ପାଇ ୨୭୦୦ ଉପରେ ରହିଛି। କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରାଳାୟ ତଥ୍ୟ ଅନୁସାରେ, ସମଗ୍ର ଦେଶରେ ୨୪ ଘଣ୍ଟା ମଧ୍ୟରେ ୨,୭୧୦ କରୋନାଭାଇରସ୍‌ଜନିତ ନୂତନ ସଂକ୍ରମଣ ଓ ୧୪ ମୃତ୍ୟୁ ରେକର୍ଡ କରାଯାଇଛି। ୨୪ ଘଣ୍ଟାରେ ଚିହ୍ନଟ ହୋଇଥିବା ୨,୭୧୦ ନୂତନ ଆକ୍ରାନ୍ତଙ୍କୁ ମିଶାଇ ଦେଶରେ ସମୁଦାୟ ସଂକ୍ରମିତଙ୍କ ସଂଖ୍ୟା ୪,୩୧,୪୭,୫୩୦ରେ ପହଞ୍ଚିଛି।

ଗତ ୨୪ ଘଣ୍ଟାରେ ହୋଇଥିବା ୧୪ ମୃତ୍ୟୁକୁ ମିଶାଇ ଭାରତରେ ସମୁଦାୟ କୋଭିଡ୍‌-୧୯ଜନିତ ମୃତ୍ୟୁସଂଖ୍ୟା ୫,୨୪,୫୩୯ରେ ପହଞ୍ଚିଛି। ଗତ ୨୪ ଘଣ୍ଟାରେ କୋଭିଡ୍‌-୧୯ ସଂକ୍ରମଣରୁ ସୁସ୍ଥ ହୋଇଥିବା ୨୨୯୬ଜଣ ଆକ୍ରାନ୍ତଙ୍କୁ ମିଶାଇ ସମ୍ପ୍ରତି ଦେଶରେ ସମୁଦାୟ ସୁସ୍ଥତା ସଂଖ୍ୟା ହେଉଛି ୪,୨୬,୦୭,୧୭୭। ଏହାଛଡ଼ା, ଏବେ ଦେଶରେ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ହେଉଛି ୧୫୮୧୪। ସ୍ୱାସ୍ଥ୍ୟ ମନ୍ତ୍ରାଳୟ ତଥ୍ୟ ଅନୁସାରେ, ଗତକାଲି ସନ୍ଧ୍ୟା ୬ଟା ସୁଦ୍ଧା ସମୁଦାୟ ୧,୯୨,୯୭,୭୪,୯୭୩ ହିତାଧିକାରୀଙ୍କୁ ଟିକା ଦିଆଯାଇଛି।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking