27.1 C
Bhubaneswar
Friday, March 29, 2024
Homeକରୋନା୨୪ ଘଣ୍ଟାରେ ଦେଶରେ ୧୨,୭୮୧ ଜଣ ଆକ୍ରାନ୍ତ ଚିହ୍ନଟ : ୧୮ଜଣ ମୃତ

୨୪ ଘଣ୍ଟାରେ ଦେଶରେ ୧୨,୭୮୧ ଜଣ ଆକ୍ରାନ୍ତ ଚିହ୍ନଟ : ୧୮ଜଣ ମୃତ

ନୂଆଦିଲ୍ଲୀ: ଦେଶରେ ଆଜି କୋଭିଡ୍‌-୧୯ ଆକ୍ରାନ୍ତଙ୍କ ସଂଖ୍ୟା ଗତକାଲିଠାରୁ କିଛି ହ୍ରାସ ପାଇଥିଲେ ୧୩ ହଜାର ମଧ୍ୟରେ ରହିଛି। କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରାଳାୟ ତଥ୍ୟ ଅନୁସାରେ, ସମଗ୍ର ଦେଶରେ ୨୪ ଘଣ୍ଟା ମଧ୍ୟରେ ୧୨,୭୮୧ କରୋନାଭାଇରସ୍‌ଜନିତ ନୂତନ ସଂକ୍ରମଣ ଓ ୧୮ ମୃତ୍ୟୁ ରେକର୍ଡ କରାଯାଇଛି। ୨୪ ଘଣ୍ଟାରେ ଚିହ୍ନଟ ହୋଇଥିବା ୧୨,୭୮୧ ନୂତନ ଆକ୍ରାନ୍ତଙ୍କୁ ମିଶାଇ ଦେଶରେ ସମୁଦାୟ ସଂକ୍ରମିତଙ୍କ ସଂଖ୍ୟା ୪୩, ୩୦୯୪୭୩ ରେ ପହଞ୍ଚିଛି।

ଗତ ୨୪ ଘଣ୍ଟାରେ ହୋଇଥିବା ୧୮ ମୃତ୍ୟୁକୁ ମିଶାଇ ଭାରତରେ ସମୁଦାୟ କୋଭିଡ୍‌-୧୯ଜନିତ ମୃତ୍ୟୁସଂଖ୍ୟା ୫,୨୪,୮୭୩ରେ ପହଞ୍ଚିଛି। ଗତ ୨୪ ଘଣ୍ଟାରେ କୋଭିଡ୍‌-୧୯ ସଂକ୍ରମଣରୁ ସୁସ୍ଥ ହୋଇଥିବା ୮୫୭୩ଜଣ ଆକ୍ରାନ୍ତଙ୍କୁ ମିଶାଇ ସମ୍ପ୍ରତି ଦେଶରେ ସମୁଦାୟ ସୁସ୍ଥତା ସଂଖ୍ୟା ହେଉଛି ୪,୨୭,୦୭୯,୦୦। ଏହାଛଡ଼ା, ଏବେ ଦେଶରେ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ହେଉଛି ୭୬୭୦୦।

ସ୍ୱାସ୍ଥ୍ୟ ମନ୍ତ୍ରାଳୟ ତଥ୍ୟ ଅନୁସାରେ, ଗତକାଲି ସନ୍ଧ୍ୟା ୬ଟା ସୁଦ୍ଧା ସମୁଦାୟ ୧,୯୬,୧୮,୬୬,୭୦୭ ହିତାଧିକାରୀଙ୍କୁ ଟିକା ଦିଆଯାଇଛି। ‘ଆଇସିଏମ୍‌ଆର୍‌’ ରିପୋର୍ଟ ଅନୁସାରେ, କୋଭିଡ୍‌-୧୯ ନିଦାନ ଲାଗି ଗତକାଲି ସୁଦ୍ଧା ସମୁଦାୟ ୮୫,୮୧,୩୭,୭୧୩ଟି ନମୁନା ପରୀକ୍ଷା କରାଯାଇଛି। ଗତକାଲି ପରୀକ୍ଷା କରାଯାଇଛି ୨,୯୬,୦୫୦ଟି ନମୁନା।

 

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking