28.1 C
Bhubaneswar
Tuesday, June 28, 2022
Homeକରୋନାପୁଣି ବଢ଼ିଚାଲିଛି କୋଭିଡ୍‌-୧୯ ସଂକ୍ରମଣ: ୨୪ ଘଣ୍ଟାରେ ଦେଶରେ ୧୭,୩୩୬ ଆକ୍ରାନ୍ତ ଚିହ୍ନଟ, ୧୩ ମୃତ

ପୁଣି ବଢ଼ିଚାଲିଛି କୋଭିଡ୍‌-୧୯ ସଂକ୍ରମଣ: ୨୪ ଘଣ୍ଟାରେ ଦେଶରେ ୧୭,୩୩୬ ଆକ୍ରାନ୍ତ ଚିହ୍ନଟ, ୧୩ ମୃତ

ନୂଆଦିଲ୍ଲୀ: ଦେଶରେ ଆଜି କୋଭିଡ୍‌-୧୯ ଆକ୍ରାନ୍ତଙ୍କ ସଂଖ୍ୟା ଗତକାଲି ଅପେକ୍ଷା ୩୦% ବୃଦ୍ଧି ପାଇ ୧୭ ହଜାର ଅତିକ୍ରମ କରିଯାଇଛି। କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରାଳାୟ ତଥ୍ୟ ଅନୁସାରେ, ସମଗ୍ର ଦେଶରେ ୨୪ ଘଣ୍ଟା ମଧ୍ୟରେ ୧୭,୩୩୬ କରୋନାଭାଇରସ୍‌ଜନିତ ନୂତନ ସଂକ୍ରମଣ ଓ ୧୩ ମୃତ୍ୟୁ ରେକର୍ଡ କରାଯାଇଛି। ୨୪ ଘଣ୍ଟାରେ ଚିହ୍ନଟ ହୋଇଥିବା ୧୩,୩୧୩ ନୂତନ ଆକ୍ରାନ୍ତଙ୍କୁ ମିଶାଇ ଦେଶରେ ସମୁଦାୟ ସଂକ୍ରମିତଙ୍କ ସଂଖ୍ୟା ୪୩,୩୬୨୨୯୪ରେ ପହଞ୍ଚିଛି।

ଗତ ୨୪ ଘଣ୍ଟାରେ ହୋଇଥିବା ୧୩ ମୃତ୍ୟୁକୁ ମିଶାଇ ଭାରତରେ ସମୁଦାୟ କୋଭିଡ୍‌-୧୯ଜନିତ ମୃତ୍ୟୁସଂଖ୍ୟା ୫,୨୪,୯୫୪ରେ ପହଞ୍ଚିଛି। ଗତ ୨୪ ଘଣ୍ଟାରେ କୋଭିଡ୍‌-୧୯ ସଂକ୍ରମଣରୁ ସୁସ୍ଥ ହୋଇଥିବା ୧୩୦୨୯ଜଣ ଆକ୍ରାନ୍ତଙ୍କୁ ମିଶାଇ ସମ୍ପ୍ରତି ଦେଶରେ ସମୁଦାୟ ସୁସ୍ଥତା ସଂଖ୍ୟା ହେଉଛି ୪,୨୭,୪୯୦,୫୬। ଏହାଛଡ଼ା, ଏବେ ଦେଶରେ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ହେଉଛି ୮୮୨୮୪। ସ୍ୱାସ୍ଥ୍ୟ ମନ୍ତ୍ରାଳୟ ତଥ୍ୟ ଅନୁସାରେ, ଗତକାଲି ସନ୍ଧ୍ୟା ୬ଟା ସୁଦ୍ଧା ସମୁଦାୟ ୧,୯୬,୭୭,୩୩,୨୧୭ ହିତାଧିକାରୀଙ୍କୁ ଟିକା ଦିଆଯାଇଛି।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking