36.1 C
Bhubaneswar
Saturday, May 4, 2024
Homeକରୋନାଦେଶରେ ୨୪ ଘଣ୍ଟାରେ ୧୭,୦୭୦ ଆକ୍ରାନ୍ତ ଚିହ୍ନଟ , ୨୩ଜଣ ମୃତ

ଦେଶରେ ୨୪ ଘଣ୍ଟାରେ ୧୭,୦୭୦ ଆକ୍ରାନ୍ତ ଚିହ୍ନଟ , ୨୩ଜଣ ମୃତ

ନୂଆଦିଲ୍ଲୀ: ଦେଶରେ ଆଜି କୋଭିଡ୍‌-୧୯ ଆକ୍ରାନ୍ତଙ୍କ ସଂଖ୍ୟା କିଛି ପରିମାଣରେ ହ୍ରାସ ପାଇ ୧୭ ହଜାର ଉପରେ ରହିଛି। କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରାଳାୟ ତଥ୍ୟ ଅନୁସାରେ, ସମଗ୍ର ଦେଶରେ ୨୪ ଘଣ୍ଟା ମଧ୍ୟରେ ୧୭,୦୭୦ କରୋନାଭାଇରସ୍‌ଜନିତ ନୂତନ ସଂକ୍ରମଣ ଓ ୨୩ ମୃତ୍ୟୁ ରେକର୍ଡ କରାଯାଇଛି। ୨୪ ଘଣ୍ଟାରେ ଚିହ୍ନଟ ହୋଇଥିବା ୧୮,୮୧୯ ନୂତନ ଆକ୍ରାନ୍ତଙ୍କୁ ମିଶାଇ ଦେଶରେ ସମୁଦାୟ ସଂକ୍ରମିତଙ୍କ ସଂଖ୍ୟା ୪୩,୪୬୯,୨୩୪ରେ ପହଞ୍ଚିଛି। ଗତ ୨୪ ଘଣ୍ଟାରେ ହୋଇଥିବା ୨୩ ମୃତ୍ୟୁକୁ ମିଶାଇ ଭାରତରେ ସମୁଦାୟ କୋଭିଡ୍‌-୧୯ଜନିତ ମୃତ୍ୟୁସଂଖ୍ୟା ୫,୨୫,୧୩୯ରେ ପହଞ୍ଚିଛି।

ଗତ ୨୪ ଘଣ୍ଟାରେ କୋଭିଡ୍‌-୧୯ ସଂକ୍ରମଣରୁ ସୁସ୍ଥ ହୋଇଥିବା ୧୪୪୧୩ଜଣ ଆକ୍ରାନ୍ତଙ୍କୁ ମିଶାଇ ସମ୍ପ୍ରତି ଦେଶରେ ସମୁଦାୟ ସୁସ୍ଥତା ସଂଖ୍ୟା ହେଉଛି ୪,୨୮,୩୬୯,୦୬। ଏହାଛଡ଼ା, ଏବେ ଦେଶରେ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ହେଉଛି ୧୦୭୧୮୯। ସ୍ୱାସ୍ଥ୍ୟ ମନ୍ତ୍ରାଳୟ ତଥ୍ୟ ଅନୁସାରେ, ଗତକାଲି ସନ୍ଧ୍ୟା ୬ଟା ସୁଦ୍ଧା ସମୁଦାୟ ୧,୯୭,୭୪,୭୧,୦୪୧ ହିତାଧିକାରୀଙ୍କୁ ଟିକା ଦିଆଯାଇଛି। ‘ଆଇସିଏମ୍‌ଆର୍‌’ ରିପୋର୍ଟ ଅନୁସାରେ, କୋଭିଡ୍‌-୧୯ ନିଦାନ ଲାଗି ଗତକାଲି ସୁଦ୍ଧା ସମୁଦାୟ ୮୬,୨୮,୭୭,୬୩୯ଟି ନମୁନା ପରୀକ୍ଷା କରାଯାଇଛି। ଗତକାଲି ପରୀକ୍ଷା କରାଯାଇଛି ୫,୦୨,୧୫୦ଟି ନମୁନା।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking