29.1 C
Bhubaneswar
Saturday, May 18, 2024
Homeକରୋନାଦେଶରେ ଆଉ ୧୮ହଜାର ୨୫୭ ପଜିଟିଭ୍‌ ଚିହ୍ନଟ, ୪୨ମୃତ

ଦେଶରେ ଆଉ ୧୮ହଜାର ୨୫୭ ପଜିଟିଭ୍‌ ଚିହ୍ନଟ, ୪୨ମୃତ

ନୂଆଦିଲ୍ଲୀ: ଦେଶରେ ଖସୁନି କରୋନା ଗ୍ରାଫ୍‌ । ପ୍ରତ୍ୟେକ ଦିନ ଦେଶରେ କରୋନା ସଂକ୍ରମିତ ଚିହ୍ନଟ ହେଉଛନ୍ତି । ଆଜି ଦେଶରେ ଆଉ ୧୮ହଜାର ୨୫୭ ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି । ଆଜିର ଆକ୍ରାନ୍ତଙ୍କୁ ମିଶାଇ ଦେଶରେ ମୋଟ୍‌ ୧ଲକ୍ଷ ୨୮ହଜାର ୬୯୦ ଜଣ କରୋନା ସକ୍ରିୟ ଆକ୍ରାନ୍ତ ରହିଥିବା ସୂଚନା ଦିଆଯାଇଛି । ସେହିପରି ଦେଶରେ କରୋନା ସଂକ୍ରମଣ ଜାରି ରହିଥିବାରୁ ମୃତ୍ୟୁ ସଂଖ୍ୟାରେ ମଧ୍ୟ ରୋକ୍‌ ଲାଗୁନାହିଁ । ଗୋଟିଏ ଦିନରେ ଦେଶରେ ଆଉ ୪୨ଜଣ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଥିବା ବେଳେ କରୋନାରୁ ଆଉ ୧୪ହଜାର ୫୫୩ଜଣ ସୁସ୍ଥ ହୋଇଛନ୍ତି । ସୁସ୍ଥତା ତୁଳନାରେ ଦୈନିକ ସଂକ୍ରମଣ ବୃଦ୍ଧି ପାଇବା ହେତୁ ଦେଶରେ ପଜିଟିଭିଟି ହାର ମଧ୍ୟ ବୃଦ୍ଧି ପାଉଛି । ଦେଶରେ ପଜିଟିଭିଟି ହାର ୪.୨୨ ପ୍ରତିଶତ ରହିଛି । ସେପଟେ ଆଜିର ମୃତକଙ୍କୁ ମିଶାଇ ଦେଶରେ ମୋଟ୍‌ ୫ଲକ୍ଷ ୨୫ ହଜାର ୪୨୮ଜଣଙ୍କ ମୃତ୍ୟୁ ହୋଇଛି । ସେହିପରି ଏଯାଏ ଦେଶରେ ମୋଟ୍‌ କରୋନାରୁ ସୁସ୍ଥ ହେଲେଣି ୪,୨୯,୬୮,୫୩୩ଜଣ ଆକ୍ରାନ୍ତ। ଦେଶରେ କରୋନା ସଂକ୍ରମଣ ଜରି ରହିଥିବାରୁ ଟିକାକରଣ ମଧ୍ୟ କରାଯାଉଛି ।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking