20.1 C
Bhubaneswar
Thursday, January 16, 2025
Homeକରୋନାଦେଶରେ ୨୦ ହଜାର ଡେଇଁଲା ଦୈନିକ ସଂକ୍ରମଣ

ଦେଶରେ ୨୦ ହଜାର ଡେଇଁଲା ଦୈନିକ ସଂକ୍ରମଣ

ନୂଆଦିଲ୍ଲୀ: ଦେଶରେ ବଢିଲା କୋରୋନା ସଂକ୍ରମଣ । କିଛି ଦିନର ବ୍ୟବଧାନ ପରେ ପୁଣି ୨୦ ହଜାର ଡେଇଁଲା ଦୈନିକ ପଜିଟିଭ ମାମଲା । ଗତ ୨୪ ଘଣ୍ଟା ମଧ୍ୟରେ ଦେଶବ୍ୟାପୀ ମୋଟ ୨୦,୫୫୧ ଜଣ ନୂଆ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ସେହିପରି ଦିନକରେ ୭୦ ଜଣଙ୍କ ସଂକ୍ରମିତଙ୍କ ମୃତ୍ୟୁ ଘଟିଛି ଏବଂ ୨୧,୫୯୫ ଜଣ କୋରୋନାରୁ ସୁସ୍ଥ ହୋଇଛନ୍ତି । ଏହାକୁ ମିଶାଇ ଦେଶରେ ମୋଟ ସୁସ୍ଥସଂଖ୍ୟା ୪,୩୪,୪୫,୬୨୪କୁ ବୃଦ୍ଧି ପାଇଛି । ଏନେଇ ସ୍ବାସ୍ଥ୍ୟ ମନ୍ତ୍ରଣାଳୟ ପକ୍ଷରୁ ସୂଚନା ଦିଆଯାଇଛି ।

ମନ୍ତ୍ରଣାଳୟର ସୂଚନା ଅନୁଯାୟୀ, ବର୍ତ୍ତମାନ ଭାରତରେ ସକ୍ରିୟ ମାମଲା ଦେଢ ଲକ୍ଷ ମୁହାଁ ରହିଛି । ଆଜିର ନୂଆ ସଂକ୍ରମଣକୁ ମିଶାଇ ମୋଟ ସକ୍ରିୟ ସଂକ୍ରମିତଙ୍କ ସଂଖ୍ୟା ୧,୩୫,୩୬୪ରେ ପହଞ୍ଚିଛି । ଦୈନିକ ପଜିଟିଭ ହାର ୫.୧୪% ରହିଛି । ଏବେ ସୁଦ୍ଧା ସମୁଦାୟ ୫,୨୬,୬୦୦ ଜଣ କୋରୋନା ସଂକ୍ରମିତ ପ୍ରାଣ ହରାଇଛନ୍ତି । ଦେଶବ୍ୟାପୀ ମୋଟ ୨୦୫ କୋଟିରୁ ଅଧିକ ଡୋଜ୍ ଟୀକାକରଣ କରାଯାଇଛି । ଗତ ୨୪ ଘଣ୍ଟା ମଧ୍ୟରେ କେବଳ ୩୬,୯୫,୮୩୫ ଜଣଙ୍କୁ ଟିକା ଦିଆଯାଇଛି ।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking