27.8 C
Bhubaneswar
Friday, April 19, 2024
Homeକରୋନାଦେଶରେ ବଢୁଛି କୋରୋନା ସଂକ୍ରମଣ : ଗତ ୨୪ ଘଣ୍ଟାରେ ୧୯,୪୦୬ ସଂକ୍ରମିତ ଚିହ୍ନଟ

ଦେଶରେ ବଢୁଛି କୋରୋନା ସଂକ୍ରମଣ : ଗତ ୨୪ ଘଣ୍ଟାରେ ୧୯,୪୦୬ ସଂକ୍ରମିତ ଚିହ୍ନଟ

ନୂଆଦିଲ୍ଲୀ: ଦେଶରେ କୋରୋନା ସଂକ୍ରମଣ ବୃଦ୍ଧି ପାଉଛି । କିଛି ଦିନ ହେଲା ଦୈନିକ ପଜିଟିଭ ମାମଲା ୨୦ ହଜାର ପାଖାପାଖି ରହୁଛି। ଗତ ୨୪ ଘଣ୍ଟା ମଧ୍ୟରେ ଦେଶବ୍ୟାପୀ ମୋଟ ୧୯,୪୦୬ ଜଣ ନୂଆ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ସେହିପରି ଦିନକରେ ୪୯ ଜଣଙ୍କ ସଂକ୍ରମିତଙ୍କ ମୃତ୍ୟୁ ଘଟିଛି ଏବଂ ୧୯,୯୨୮ ଜଣ କୋରୋନାରୁ ସୁସ୍ଥ ହୋଇଛନ୍ତି । ଏହାକୁ ମିଶାଇ ଦେଶରେ ମୋଟ ସୁସ୍ଥସଂଖ୍ୟା ୪,୩୪,୬୫,୫୫୨କୁ ବୃଦ୍ଧି ପାଇଛି । ଏନେଇ ସ୍ବାସ୍ଥ୍ୟ ମନ୍ତ୍ରଣାଳୟ ପକ୍ଷରୁ ସୂଚନା ଦିଆଯାଇଛି ।

ମନ୍ତ୍ରଣାଳୟର ସୂଚନା ଅନୁଯାୟୀ, ବର୍ତ୍ତମାନ ଭାରତରେ ସକ୍ରିୟ ମାମଲା ଦେଢ ଲକ୍ଷ ମୁହାଁ ରହିଛି । ଆଜିର ନୂଆ ସଂକ୍ରମଣକୁ ମିଶାଇ ମୋଟ ସକ୍ରିୟ ସଂକ୍ରମିତଙ୍କ ସଂଖ୍ୟା ୧,୩୪,୭୯୩ରେ ପହଞ୍ଚିଛି । ଦୈନିକ ପଜିଟିଭ ହାର ୪.୯୬% ରହିଛି । ଏବେ ସୁଦ୍ଧା ସମୁଦାୟ ୫,୨୬,୬୪୯ ଜଣ କୋରୋନା ସଂକ୍ରମିତ ପ୍ରାଣ ହରାଇଛନ୍ତି । ଦେଶବ୍ୟାପୀ ମୋଟ ୨୦୫ କୋଟିରୁ ଅଧିକ ଡୋଜ୍ ଟୀକାକରଣ କରାଯାଇଛି । ଗତ ୨୪ ଘଣ୍ଟା ମଧ୍ୟରେ କେବଳ ୩୨,୭୩,୫୫୧ ଜଣଙ୍କୁ ଟିକା ଦିଆଯାଇଛି ।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking