38.1 C
Bhubaneswar
Friday, April 26, 2024
Homeକରୋନାଦେଶରେ ବୃଦ୍ଧି ପାଉଛି କୋରୋନା ସଂକ୍ରମଣ

ଦେଶରେ ବୃଦ୍ଧି ପାଉଛି କୋରୋନା ସଂକ୍ରମଣ

ନୂଆଦିଲ୍ଲୀ: ଦେଶରେ ବୃଦ୍ଧି ପାଉଛି କୋରୋନା ସଂକ୍ରମଣ । ତିନି ଦିନ ହେଲା ଦୈନିକ ସଂକ୍ରମଣ ମାମଲା ୧୫ ହଜାର ଉପରେ ରହିଛି । ଗତ ୨୪ ଘଣ୍ଟା ମଧ୍ୟରେ ଦେଶବ୍ୟାପୀ ମୋଟ ୧୬,୫୬୧ ଜଣ ନୂଆ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ସେହିପରି ଦିନକରେ ୧୮,୦୫୩ ଜଣ କୋରୋନାରୁ ସୁସ୍ଥ ହୋଇଛନ୍ତି । ଏହାକୁ ମିଶାଇ ଦେଶରେ ମୋଟ ସୁସ୍ଥସଂଖ୍ୟା ୪,୩୫,୭୩,୦୪୯କୁ ବୃଦ୍ଧି ପାଇଛି ।

ଏନେଇ ସ୍ବାସ୍ଥ୍ୟ ମନ୍ତ୍ରଣାଳୟ ପକ୍ଷରୁ ସୂଚନା ଦିଆଯାଇଛି । ମନ୍ତ୍ରଣାଳୟର ସୂଚନା ଅନୁଯାୟୀ, ଦେଶରେ ସୁସ୍ଥସଂଖ୍ୟା ବଢିବା ସହ ବର୍ତ୍ତମାନ ସକ୍ରିୟ ମାମଲା ହ୍ରାସ ପାଉଛି । ଆଜିର ନୂଆ ସଂକ୍ରମଣକୁ ମିଶାଇ ମୋଟ ସକ୍ରିୟ ସଂକ୍ରମିତଙ୍କ ସଂଖ୍ୟା ୧,୨୩,୫୩୫ରେ ପହଞ୍ଚିଛି । ଦୈନିକ ପଜିଟିଭ ହାର ୫.୪୪% ରହିଛି । ଏବେ ସୁଦ୍ଧା ସମୁଦାୟ ୫,୨୬,୯୨୮ ଜଣ କୋରୋନା ସଂକ୍ରମିତ ପ୍ରାଣ ହରାଇଛନ୍ତି । ଦେଶବ୍ୟାପୀ ମୋଟ ୨୦୭ କୋଟିରୁ ଅଧିକ ଡୋଜ୍ ଟୀକାକରଣ କରାଯାଇଛି । ଗତ ୨୪ ଘଣ୍ଟା ମଧ୍ୟରେ କେବଳ ୧୭,୭୨,୪୪୧ ଜଣଙ୍କୁ ଟିକା ଦିଆଯାଇଛି ।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking