21.1 C
Bhubaneswar
Thursday, January 23, 2025
Homeକରୋନାଦେଶରେ ଗତ ୨୪ ଘଣ୍ଟାରେ ୧୪,୦୯୨ ସଂକ୍ରମିତ ଚିହ୍ନଟ

ଦେଶରେ ଗତ ୨୪ ଘଣ୍ଟାରେ ୧୪,୦୯୨ ସଂକ୍ରମିତ ଚିହ୍ନଟ

ନୂଆଦିଲ୍ଲୀ: ଦେଶରେ କୋରୋନା ସଂକ୍ରମଣରେ ହ୍ରାସ ବୃଦ୍ଧି ଲାଗି ରହିଛି । ଦିନେ ସଂକ୍ରମଣ କମିଲେ ଆଉ ଦିନେ ବଢୁଛି । ଗତ ୨୪ ଘଣ୍ଟା ମଧ୍ୟରେ ଦେଶବ୍ୟାପୀ ମୋଟ ୧୪,୦୯୨ ଜଣ ନୂଆ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ସେହିପରି ଦିନକରେ ୪୧ ଜଣଙ୍କ ମୃତ୍ୟୁ ଘଟିଛି ଏବଂ ୧୬,୪୫୪ ଜଣ କୋରୋନାରୁ ସୁସ୍ଥ ହୋଇଛନ୍ତି । ଏହାକୁ ମିଶାଇ ଦେଶରେ ମୋଟ ସୁସ୍ଥସଂଖ୍ୟା ୪,୩୬,୦୯,୫୬୬କୁ ବୃଦ୍ଧି ପାଇଛି। ଏନେଇ ସ୍ବାସ୍ଥ୍ୟ ମନ୍ତ୍ରଣାଳୟ ପକ୍ଷରୁ ସୂଚନା ଦିଆଯାଇଛି ।

ମନ୍ତ୍ରଣାଳୟର ସୂଚନା ଅନୁଯାୟୀ, ଦେଶରେ ସୁସ୍ଥସଂଖ୍ୟା ବଢିବା ସହ ବର୍ତ୍ତମାନ ସକ୍ରିୟ ମାମଲା ହ୍ରାସ ପାଉଛି । ଆଜିର ନୂଆ ସଂକ୍ରମଣକୁ ମିଶାଇ ମୋଟ ସକ୍ରିୟ ସଂକ୍ରମିତଙ୍କ ସଂଖ୍ୟା ୧,୧୬,୮୬୧ରେ ପହଞ୍ଚିଛି । ଦୈନିକ ପଜିଟିଭ ହାର ୩.୬୯% ରହିଛି । ଏବେ ସୁଦ୍ଧା ସମୁଦାୟ ୫,୨୭,୦୩୭ଜଣ କୋରୋନା ସଂକ୍ରମିତ ପ୍ରାଣ ହରାଇଛନ୍ତି । ଦେଶବ୍ୟାପୀ ମୋଟ ୨୦୭ କୋଟିରୁ ଅଧିକ ଡୋଜ୍ ଟୀକାକରଣ କରାଯାଇଛି । ଗତ ୨୪ ଘଣ୍ଟା ମଧ୍ୟରେ କେବଳ ୨୮,୦୧,୪୫୭ ଜଣଙ୍କୁ ଟିକା ଦିଆଯାଇଛି ।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking