26.1 C
Bhubaneswar
Friday, March 29, 2024
Homeକରୋନାଦେଶରେ ଗତ ୨୪ ଘଣ୍ଟାରେ ୧୪,୯୧୭ ସଂକ୍ରମିତ ଚିହ୍ନଟ

ଦେଶରେ ଗତ ୨୪ ଘଣ୍ଟାରେ ୧୪,୯୧୭ ସଂକ୍ରମିତ ଚିହ୍ନଟ

ନୂଆଦିଲ୍ଲୀ: ଦେଶରେ କୋରୋନା ସଂକ୍ରମଣ ହ୍ରାସ ପାଇବାରେ ଲାଗିଛି । ଗତ ୨୪ ଘଣ୍ଟା ମଧ୍ୟରେ ଦେଶବ୍ୟାପୀ ମୋଟ ୧୪,୯୧୭ ଜଣ ନୂଆ ସଂକ୍ରମିତ ଚିହ୍ନଟ ହୋଇଛନ୍ତି। ଦିନକରେ ସକ୍ରିୟ ସଂକ୍ରମିତଙ୍କ ୬୪୭ ଚିହ୍ନଟ ହୋଇଛନ୍ତି । ସେହିପରି ଦିନକରେ ୩୨ ଜଣଙ୍କ ମୃତ୍ୟୁ ଘଟିଛି । ଏହାକୁ ମିଶାଇ ଦେଶରେ ମୋଟ ସୁସ୍ଥସଂଖ୍ୟା ୫,୨୭,୦୬୯କୁ ବୃଦ୍ଧି ପାଇଛି ।

ଏନେଇ ସ୍ବାସ୍ଥ୍ୟ ମନ୍ତ୍ରଣାଳୟ ପକ୍ଷରୁ ସୂଚନା ଦିଆଯାଇଛି । ମନ୍ତ୍ରଣାଳୟର ସୂଚନା ଅନୁଯାୟୀ, ଦେଶରେ ସୁସ୍ଥସଂଖ୍ୟା ବଢିବା ସହ ବର୍ତ୍ତମାନ ସକ୍ରିୟ ମାମଲା ହ୍ରାସ ପାଉଛି । ଆଜିର ନୂଆ ସଂକ୍ରମଣକୁ ମିଶାଇ ମୋଟ ସକ୍ରିୟ ସଂକ୍ରମିତ ସଂଖ୍ୟା ୧,୧୭,୫୦୮ରେ ରହିଛି । ଦୈନିକ ପଜିଟିଭ ହାର ୭.୫୨ରହିଛି । ସାପ୍ତାହିକ ଆରୋଗ୍ୟ ହାର ୪.୬୫ ରହିଛି । ଦେଶରେ ଆଜିର ଆକ୍ରାନ୍ତଙ୍କୁ ମିଶାଇ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୪,୪୨,୬୮,୩୮୧କୁ ବୃଦ୍ଧି ପାଇଛି । ମୋଟ ୨୦୭ କୋଟିରୁ ଅଧିକ ଡୋଜ୍ ଟୀକାକରଣ କରାଯାଇଛି ।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking