26.1 C
Bhubaneswar
Friday, March 29, 2024
Homeଦେଶ ବିଦେଶଦେଶରେ ୨୪ ଘଣ୍ଟା ମଧ୍ୟରେ ୧୨୦୬ ଜଣଙ୍କ ମୃତ୍ୟୁ

ଦେଶରେ ୨୪ ଘଣ୍ଟା ମଧ୍ୟରେ ୧୨୦୬ ଜଣଙ୍କ ମୃତ୍ୟୁ

ନୂଆଦିଲ୍ଲୀ : ଦେଶରେ ଗତ କିଛିଦିନ ଧରି କରୋନା ସଂକ୍ରମଣ ଓ ମୃତ୍ୟୁସଂଖ୍ୟା ହ୍ରାସ ପାଇଥିବା ବେଳେ ଆଜି ସାମାନ୍ୟ ବୃଦ୍ଧି ପାଇଛି । ବିଭିନ୍ନ ରାଜ୍ୟରେ ଲାଗୁ କରାଯାଇଥିବା କଟକଣାର ଫଳସ୍ୱରୂପ ଦେଶରେ ଧିରେଧିରେ କରୋନା ନିମ୍ନମୁଖୀ ହେବାରେ ଲାଗିଥିଲା । ପୁଣି କରୋନା କଡ଼ ଲେଉଟାଇବାକୁ ନେଇ ଚିନ୍ତା ବଢ଼ିଛି । ୨୪ ଘଣ୍ଟା ମଧ୍ୟରେ ଦେଶରେ କରୋନାରେ ୧୨୦୬ ଜଣଙ୍କ ମୃତ୍ୟୁ ଘଟିଛି । ଏହାଫଳରେ ଦେଶରେ ମୋଟ ମୃତ୍ୟୁ ସଂଖ୍ୟା ୪ ଲକ୍ଷ ୭ ହଜାର ୧୭୩କୁ ବୃଦ୍ଧି ପାଇଛି । ଦିନକରେ ୪୨ ହଜାର ୭୬୬ ଜଣ ଆକ୍ରାନ୍ତ ହୋଇଥିବା ଜଣାପଡ଼ିଛି । ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୩ କୋଟି ୭ ଲକ୍ଷ ୫୨ ହଜାର ୯୫୦କୁ ବୃଦ୍ଧି ପାଇଛି । ତେବେ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ୪ ଲକ୍ଷ ୫୫ ହଜାର ୩୩ ଜଣ ରହିଥିବା ବେଳେ ସୁସ୍ଥ ସଂଖ୍ୟା ୨ କୋଟି ୯୯ ଲକ୍ଷ ୩୩ ହଜାର ୩୮କୁ ବୃଦ୍ଧି ପାଇଛି । ବର୍ତ୍ତମାନ ସୁଦ୍ଧା ୩୭ କୋଟି ୨୧ ଲକ୍ଷ ୯୬ ହଜାର ୨୬୮ ଜଣଙ୍କୁ ଟିକା ପ୍ରଦାନ କରାଯାଇଛି । କେନ୍ଦ୍ର ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରଣାଳୟ ପକ୍ଷରୁ ଏହି ସୂଚନା ଦିଆଯାଇଛି ।

 

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking