18.1 C
Bhubaneswar
Saturday, November 23, 2024
Homeକରୋନାଦେଶରେ କମୁଛି କୋରନା ସଂକ୍ରମଣ: ଗତ ୨୪ ଘଣ୍ଟାରେ ୯,୦୬୨ ସଂକ୍ରମିତ ଚିହ୍ନଟ, ୩୬ ଜଣଙ୍କ...

ଦେଶରେ କମୁଛି କୋରନା ସଂକ୍ରମଣ: ଗତ ୨୪ ଘଣ୍ଟାରେ ୯,୦୬୨ ସଂକ୍ରମିତ ଚିହ୍ନଟ, ୩୬ ଜଣଙ୍କ ମୃତ୍ୟୁ

ନୂଆଦିଲ୍ଲୀ: ଦେଶରେ କମୁଛି କୋରନା ସଂକ୍ରମଣ । ଦୁଇ ଦିନ ହେଲା ଦୈନିକ ପଜିଟିଭ ମାମଲା ୧୦ ହଜାର ତଳେ ରହୁଛି । ଗତ ୨୪ ଘଣ୍ଟା ମଧ୍ୟରେ ଦେଶବ୍ୟାପୀ ମୋଟ ୯,୦୬୨ ଜଣ ନୂଆ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଗୋଟିଏ ଦିନରେ ୩୬ ଜଣଙ୍କ ମୃତ୍ୟୁ ହୋଇଛି । ସେହିପରି ଦିନକରେ ୧୫,୨୨୦ ଜଣ କୋରୋନାରୁ ସୁସ୍ଥ ହୋଇଛନ୍ତି । ଏହାକୁ ମିଶାଇ ଦେଶରେ ମୋଟ ସୁସ୍ଥସଂଖ୍ୟା ୪,୩୬,୫୪,୦୬୪ କୁ ବୃଦ୍ଧି ପାଇଛି । ଏନେଇ ସ୍ବାସ୍ଥ୍ୟ ମନ୍ତ୍ରଣାଳୟ ପକ୍ଷରୁ ସୂଚନା ଦିଆଯାଇଛି ।

ମନ୍ତ୍ରଣାଳୟର ସୂଚନା ଅନୁଯାୟୀ, ଦେଶରେ ସୁସ୍ଥସଂଖ୍ୟା ବଢିବା ସହ ବର୍ତ୍ତମାନ ସକ୍ରିୟ ମାମଲା ହ୍ରାସ ପାଉଛି । ଆଜିର ନୂଆ ସଂକ୍ରମଣକୁ ମିଶାଇ ମୋଟ ସକ୍ରିୟ ସଂକ୍ରମିତଙ୍କ ସଂଖ୍ୟା ୧,୦୫,୦୫୮ରେ ପହଞ୍ଚିଛି । ଦୈନିକ ପଜିଟିଭ ହାର ୨.୪୯% ରହିଛି । ଏବେ ସୁଦ୍ଧା ସମୁଦାୟ ୫,୨୭,୧୩୪ଜଣ କୋରୋନା ସଂକ୍ରମିତ ପ୍ରାଣ ହରାଇଛନ୍ତି । ଦେଶବ୍ୟାପୀ ୨୦୮ କୋଟିରୁ ଅଧିକ ଡୋଜ୍ ଟୀକାକରଣ କରାଯାଇଛି । ଗତ ୨୪ ଘଣ୍ଟା ମଧ୍ୟରେ କେବଳ ୨୫,୯୦,୫୫୭ ଜଣଙ୍କୁ ଟିକା ଦିଆଯାଇଛି ।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking