27.1 C
Bhubaneswar
Wednesday, June 26, 2024
Homeକରୋନାଦେଶରେ ଉପରମୁହାଁ କରୋନା ଗ୍ରାଫ୍: ଦିନକରେ ୧୫,୭୫୪ ଜଣ ନୂଆ ସଂକ୍ରମିତ ଚିହ୍ନଟ

ଦେଶରେ ଉପରମୁହାଁ କରୋନା ଗ୍ରାଫ୍: ଦିନକରେ ୧୫,୭୫୪ ଜଣ ନୂଆ ସଂକ୍ରମିତ ଚିହ୍ନଟ

ନୂଆଦିଲ୍ଲୀ: ଦେଶରେ ଦ୍ରୁତଗତିରେ ବଢୁଛି କୋରୋନା ସଂକ୍ରମଣ । ଦୁଇ ଦିନ ତଳେ ଦୈନିକ ସଂକ୍ରମଣ ମାମଲା ୧୦ ହଜାର ତଳେ ଥିବାବେଳେ ଆଜି ୧୫ ହଜାର ପାର୍ କରିଛି । ଗତ ୨୪ ଘଣ୍ଟା ମଧ୍ୟରେ ଦେଶବ୍ୟାପୀ ମୋଟ ୧୫,୭୫୪ ଜଣ ନୂଆ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଗୋଟିଏ ଦିନରେ ୪୭ ଜଣଙ୍କ ମୃତ୍ୟୁ ହୋଇଛି । ସେହିପରି ଦିନକରେ ୧୫,୨୨୦ ଜଣ କୋରୋନାରୁ ସୁସ୍ଥ ହୋଇଛନ୍ତି । ଏହାକୁ ମିଶାଇ ଦେଶରେ ମୋଟ ସୁସ୍ଥସଂଖ୍ୟା ୪,୩୬,୮୫,୫୩୫ କୁ ବୃଦ୍ଧି ପାଇଛି ।

ଏନେଇ ସ୍ବାସ୍ଥ୍ୟ ମନ୍ତ୍ରଣାଳୟ ପକ୍ଷରୁ ସୂଚନା ଦିଆଯାଇଛି । ମନ୍ତ୍ରଣାଳୟର ସୂଚନା ଅନୁଯାୟୀ, ଦେଶରେ ସୁସ୍ଥସଂଖ୍ୟା ବଢିବା ସହ ବର୍ତ୍ତମାନ ସକ୍ରିୟ ମାମଲା ହ୍ରାସ ପାଉଛି । ଆଜିର ନୂଆ ସଂକ୍ରମଣକୁ ମିଶାଇ ମୋଟ ସକ୍ରିୟ ସଂକ୍ରମିତଙ୍କ ସଂଖ୍ୟା ୧,୦୧,୮୩୦ରେ ପହଞ୍ଚିଛି । ଦୈନିକ ପଜିଟିଭ ହାର ୩.୪୭% ରହିଛି । ଏବେ ସୁଦ୍ଧା ସମୁଦାୟ ୫,୨୭,୨୫୩ ଜଣ କୋରୋନା ସଂକ୍ରମିତ ପ୍ରାଣ ହରାଇଛନ୍ତି । ଦେଶବ୍ୟାପୀ ୨୦୯ କୋଟିରୁ ଅଧିକ ଡୋଜ୍ ଟୀକାକରଣ କରାଯାଇଛି । ଗତ ୨୪ ଘଣ୍ଟା ମଧ୍ୟରେ କେବଳ ୩୧,୫୨,୮୮୨ ଜଣଙ୍କୁ ଟିକା ଦିଆଯାଇଛି ।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking