ନୂଆଦିଲ୍ଲୀ: ଦେଶରେ କୋରୋନା ସଂକ୍ରମଣ ବୃଦ୍ଧି ପାଉଛି । ପ୍ରତିଦିନ ୧୦ ହଜାରରୁ ଅଧିକ ସଂକ୍ରମିତ ଚିହ୍ନଟ ହେଉଛନ୍ତି । ଗତ ୨୪ ଘଣ୍ଟା ମଧ୍ୟରେ ଦେଶବ୍ୟାପୀ ମୋଟ ୧୧,୫୩୯ଟି ନୂଆ ପଜିଟିଭ ମାମଲା ପ୍ରକାଶ ପାଇଛି । ଗୋଟିଏ ଦିନରେ ୪୩ ଜଣଙ୍କ ମୃତ୍ୟୁ ହୋଇଛି । ସେହିପରି ଦିନକରେ ୧୨,୭୮୩ ଜଣ କୋରୋନାରୁ ସୁସ୍ଥ ହୋଇଛନ୍ତି । ଏହାକୁ ମିଶାଇ ଦେଶରେ ମୋଟ ସୁସ୍ଥସଂଖ୍ୟା ୪,୩୭,୧୨,୨୧୮କୁ ବୃଦ୍ଧି ପାଇଛି । ଏନେଇ ସ୍ବାସ୍ଥ୍ୟ ମନ୍ତ୍ରଣାଳୟ ପକ୍ଷରୁ ସୂଚନା ଦିଆଯାଇଛି ।
ମନ୍ତ୍ରଣାଳୟର ସୂଚନା ଅନୁଯାୟୀ, ଦେଶରେ ସୁସ୍ଥସଂଖ୍ୟା ବଢିବା ଯୋଗୁଁ ସକ୍ରିୟ ମାମଲା ଆଜି ଲକ୍ଷେ ତଳକୁ ଖସିଛି । ଆଜିର ନୂଆ ସଂକ୍ରମଣକୁ ମିଶାଇ ମୋଟ ସକ୍ରିୟ ସଂକ୍ରମିତଙ୍କ ସଂଖ୍ୟା ୯୯,୮୭୯ରେ ପହଞ୍ଚିଛି । ଦୈନିକ ପଜିଟିଭ ହାର ୩.୭୫% ରହିଛି । ଏବେ ସୁଦ୍ଧା ସମୁଦାୟ ୫,୨୭,୩୩୨ ଜଣ କୋରୋନା ସଂକ୍ରମିତ ପ୍ରାଣ ହରାଇଛନ୍ତି । ଦେଶବ୍ୟାପୀ ୨୦୯ କୋଟିରୁ ଅଧିକ ଡୋଜ୍ ଟୀକାକରଣ କରାଯାଇଛି । ଗତ ୨୪ ଘଣ୍ଟା ମଧ୍ୟରେ କେବଳ ୨୬,୫୮,୭୫୫ ଜଣଙ୍କୁ ଟିକା ଦିଆଯାଇଛି ।