36.1 C
Bhubaneswar
Monday, May 20, 2024
Homeକରୋନାଦେଶରେ କମିଲା କୋରୋନା ସଂକ୍ରମଣ : ଗତ ୨୪ ଘଣ୍ଟାରେ ୯,୫୨୦ ସଂକ୍ରମିତ ଚିହ୍ନଟ

ଦେଶରେ କମିଲା କୋରୋନା ସଂକ୍ରମଣ : ଗତ ୨୪ ଘଣ୍ଟାରେ ୯,୫୨୦ ସଂକ୍ରମିତ ଚିହ୍ନଟ

ନୂଆଦିଲ୍ଲୀ: ଦେଶରେ କମିଲା କୋରୋନା ସଂକ୍ରମଣ । କିଛି ଦିନର ବ୍ୟବଧାନ ପରେ ଦୈନିକ ସଂକ୍ରମଣ ମାମଲା ୧୦ ହଜାର ତଳକୁ ଖସିଛି । ଗତ ୨୪ ଘଣ୍ଟା ମଧ୍ୟରେ ଦେଶବ୍ୟାପୀ ମୋଟ ୯,୫୨୦ ଜଣ ନୂଆ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ସଂକ୍ରମଣ କମିବା ସହ ଦିନକରେ ୪୧ ଜଣଙ୍କ ମୃତ୍ୟୁ ହୋଇଛି । ସେହିପରି ୧୨,୮୭୫ କୋରୋନାରୁ ସୁସ୍ଥ ହୋଇଛନ୍ତି । ଏହାକୁ ମିଶାଇ ଦେଶରେ ମୋଟ ସୁସ୍ଥସଂଖ୍ୟା ୪,୩୭,୮୩,୭୮୮କୁ ବୃଦ୍ଧି ପାଇଛି । ଏନେଇ କେନ୍ଦ୍ର ସ୍ବାସ୍ଥ୍ୟ ମନ୍ତ୍ରଣାଳୟ ପକ୍ଷରୁ ସୂଚନା ଦିଆଯାଇଛି । ମନ୍ତ୍ରଣାଳୟର ସୂଚନା ଅନୁଯାୟୀ, ଦେଶରେ ସଂକ୍ରମଣ ଅପେକ୍ଷା ଅଧିକ ସୁସ୍ଥ ହେଉଛନ୍ତି ।

ସୁସ୍ଥସଂଖ୍ୟା ବଢିବା ସହ ସକ୍ରିୟ ମାମଲା ହ୍ରାସ ପାଉଛି । ଆଜିର ନୂଆ ସଂକ୍ରମଣକୁ ମିଶାଇ ମୋଟ ସକ୍ରିୟ ସଂକ୍ରମିତଙ୍କ ସଂଖ୍ୟା ୮୭,୩୧୧ରେ ପହଞ୍ଚିଛି । ଦୈନିକ ପଜିଟିଭ ହାର ୨.୫୦% ରହିଛି । ସେହିପରି ଦେଶରେ ସାପ୍ତାହିକ ପଜିଟିଭ ହାର୨.୮୦% ଅଛି । ଏବେସୁଦ୍ଧା ସମୁଦାୟ ୫,୨୭,୫୯୭ ଜଣ କୋରୋନା ସଂକ୍ରମିତ ପ୍ରାଣ ହରାଇଛନ୍ତି । କୋଭିଡ ଆରମ୍ଭରୁ ଆଜି ପର୍ଯ୍ୟନ୍ତ ସାରା ଦେଶରେ ୮୮.୪୭ କୋଟି ଟେଷ୍ଟିଂ ହୋଇଛି ।ଦେଶବ୍ୟାପୀ କୋରୋନା ଟୀକାକରଣ ଅଭିଯାନରେ ଭାରତ ମାଇଲଖୁଣ୍ଟ ଅତିକ୍ରମ କରିଛି । ସାରା ଦେଶରେ ଆଜି ପର୍ଯ୍ୟନ୍ତ ୨୧୧ କୋଟିରୁ ଅଧିକ ଡୋଜ୍ ଟୀକାକରଣ କରାଯାଇଛି । ଗତ ୨୪ ଘଣ୍ଟା ମଧ୍ୟରେ କେବଳ ୨୫,୮୬,୮୦୫ ଜଣଙ୍କୁ ଟିକା ଦିଆଯାଇଛି । ସେହପରି ପ୍ରତିଦିନ ଦେଶରେ ୨୨ ଲକ୍ଷରୁ ଅଧିକ ବୁଷ୍ଟର ଡୋଜ ଦିଆଯାଉଥିବା ଶୁକ୍ରବାର କେନ୍ଦ୍ର ସ୍ବାସ୍ଥ୍ୟମନ୍ତ୍ରୀ ମନସୁଖ ମାଣ୍ଡଭିଆ ସୂଚନା ଦେଇଛନ୍ତି ।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking