19.1 C
Bhubaneswar
Friday, November 22, 2024
Homeକରୋନାଦେଶରେ କମୁଛି ସଂକ୍ରମଣ : ଗତ ୨୪ ଘଣ୍ଟାରେ ୭,୨୩୧ ସଂକ୍ରମିତ ଚିହ୍ନଟ

ଦେଶରେ କମୁଛି ସଂକ୍ରମଣ : ଗତ ୨୪ ଘଣ୍ଟାରେ ୭,୨୩୧ ସଂକ୍ରମିତ ଚିହ୍ନଟ

ନୂଆଦିଲ୍ଲୀ: ଦେଶରେ ତଳମୁହାଁ କୋରୋନା ଗ୍ରାଫ୍ । ୧୦ ହଜାର ତଳେ ରହୁଛି ଦୈନିକ ସଂକ୍ରମଣ । ଗତ ୨୪ ଘଣ୍ଟା ମଧ୍ୟରେ ଦେଶବ୍ୟାପୀ ମାତ୍ର ୭,୨୩୧ ଜଣ ନୂଆ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଯଦିଓ ଗତକାଲି ଏହି ସଂଖ୍ୟା ୫,୪୩୯ ଥିଲା । ହେଲେ ସଂକ୍ରମଣ ସ୍ଥିତି ନିୟନ୍ତ୍ରଣାଧୀନ ରହିଛି । ଅନ୍ୟପଟେ ଦେଶରେ ସଂକ୍ରମଣ କମୁଥିବା ବେଳେ, ସୁସ୍ଥସଂଖ୍ୟା ବୃଦ୍ଧି ପାଉଛି । ଦିନକରେ ୧୦,୮୨୮ ଜଣ କୋରୋନାରୁ ସୁସ୍ଥ ହୋଇଛନ୍ତି ।

ଏହାକୁ ମିଶାଇ ଦେଶରେ ମୋଟ ସୁସ୍ଥସଂଖ୍ୟା ୪,୩୮,୩୫,୮୫୨କୁ ବୃଦ୍ଧି ପାଇଛି । ଏନେଇ କେନ୍ଦ୍ର ସ୍ବାସ୍ଥ୍ୟ ମନ୍ତ୍ରଣାଳୟ ପକ୍ଷରୁ ସୂଚନା ଦିଆଯାଇଛି ।ସ୍ବାସ୍ଥ୍ୟ ମନ୍ତ୍ରଣାଳୟର ସୂଚନା ଅନୁଯାୟୀ, ଦେଶରେ ସଂକ୍ରମଣ ଅପେକ୍ଷା ଅଧିକ ସୁସ୍ଥ ହେଉଛନ୍ତି । ସୁସ୍ଥସଂଖ୍ୟା ବଢିବା ସହ ସକ୍ରିୟ ମାମଲା ହ୍ରାସ ପାଉଛି । ଆଜିର ନୂଆ ସଂକ୍ରମଣକୁ ମିଶାଇ ମୋଟ ସକ୍ରିୟ ସଂକ୍ରମିତଙ୍କ ସଂଖ୍ୟା ୬୪,୬୬୭ରେ ପହଞ୍ଚିଛି । ଦୈନିକ ପଜିଟିଭ ହାର ୨.୦୫% ରହିଛି ।

ସେହିପରି ଦେଶରେ ସାପ୍ତାହିକ ପଜିଟିଭ ହାର ୨.୫୫% ଅଛି । ଦେଶରେ କୋରୋନା ସୁସ୍ଥହାର ୯୮.୬୬%ରେ ପହଞ୍ଚିଛି । ଏବେସୁଦ୍ଧା ୫,୨୭,୮୭୪ ହଜାରରୁ ଅଧିକ କୋରୋନା ସଂକ୍ରମିତ ପ୍ରାଣ ହରାଇଛନ୍ତି । କୋଭିଡ ଆରମ୍ଭରୁ ଆଜି ପର‌୍ୟ୍ୟନ୍ତ ସାରା ଦେଶରେ ୪,୪୪,୨୮,୩୯୩ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଏବେସୁଦ୍ଧା ଦେଶବ୍ୟାପୀ ୮୮.୫୮ କୋଟି ଟେଷ୍ଟିଂ ହୋଇଛି । ଦେଶବ୍ୟାପୀ କୋରୋନା ଟୀକାକରଣ ଅଭିଯାନରେ ଭାରତ ମାଇଲଖୁଣ୍ଟ ଅତିକ୍ରମ କରିଛି । ସାରା ଦେଶରେ ଆଜି ପର୍ଯ୍ୟନ୍ତ ୨୧୨ କୋଟିରୁ ଅଧିକ ଡୋଜ୍ ଟୀକାକରଣ କରାଯାଇଛି । ଗତ ୨୪ ଘଣ୍ଟା ମଧ୍ୟରେ କେବଳ ୨୨,୫୦,୮୫୪ ଜଣଙ୍କୁ ଟିକା ଦିଆଯାଇଛି ।

ସେହିପରି ପ୍ରତିଦିନ ଦେଶରେ ୨୨ ଲକ୍ଷରୁ ଅଧିକ ବୁଷ୍ଟର ଡୋଜ ଦିଆଯାଉଥିବା କେନ୍ଦ୍ର ସ୍ବାସ୍ଥ୍ୟମନ୍ତ୍ରୀ ମନସୁଖ ମାଣ୍ଡଭିୟା ସୂଚନା ଦେଇଛନ୍ତି। କୋଭିଡ ଟୀକାକରଣ ଅଭିଯାନକୁ ଆହୁରି ସଫଳ କରିବା ଉଦ୍ଦେଶ୍ୟରେ ଜୁଲାଇ ୧୫ରୁ ‘କୋଭିଡ ଭ୍ୟାକ୍ସିନ ଅମୃତ ମହୋତ୍ସବ’ କାର‌୍ୟ୍ୟକ୍ରମ ଆରମ୍ଭ ହୋଇଛି । ଯାହାକି ସେପ୍ଟେମ୍ବର ୩୦ ଯାଏଁ ଚାଲିବ । ଏହି କାର୍ଯ୍ୟକ୍ରମ ଅନ୍ତର୍ଗତ ୧୮ ବର୍ଷ ଏବଂ ୭୫ ବର୍ଷ ବୟସରୁ ଊର୍ଦ୍ଧ୍ବ ବ୍ୟକ୍ତିଙ୍କ ମାଗଣା ବୁଷ୍ଟର ଡୋଜ୍ ଦିଆଯାଉଛି ।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking