14.1 C
Bhubaneswar
Saturday, January 11, 2025
Homeକରୋନାଦେଶରେ କମୁଛି କୋରୋନା ସଂକ୍ରମଣ : ଗତ ୨୪ ଘଣ୍ଟାରେ ୫,୩୭୯ ସଂକ୍ରମିତ ଚିହ୍ନଟ

ଦେଶରେ କମୁଛି କୋରୋନା ସଂକ୍ରମଣ : ଗତ ୨୪ ଘଣ୍ଟାରେ ୫,୩୭୯ ସଂକ୍ରମିତ ଚିହ୍ନଟ

ନୂଆଦିଲ୍ଲୀ: ଦେଶରେ ନିୟନ୍ତ୍ରଣରେ ରହିଛି କୋରୋନା ସଂକ୍ରମଣ । ବିଗତ କିଛି ଦିନ ହେଲା ଦୈନିକ ୧୦ ହଜାରରୁ କମ୍ ପଜିଟିଭ ମାମଲା ଚିହ୍ନଟ ହେଉଛି । ଗତ ୨୪ ଘଣ୍ଟା ମଧ୍ୟରେ ଦେଶବ୍ୟାପୀ ମୋଟ ୫,୩୭୯ ଜଣ ନୂଆ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଗତକାଲି ଏହି ସଂଖ୍ୟା ୪,୪୧୭ ଥିଲା । ଗୋଟିଏ ପଟେ ସଂକ୍ରମଣ କମୁଥିବା ବେଳେ, ଅନ୍ୟପଟେ ପ୍ରତିଦିନ ସୁସ୍ଥ ସଂଖ୍ୟା ବୃଦ୍ଧି ପାଉଛି । ଦିନକରେ ୭,୦୯୪ ଜଣ କୋରୋନାରୁ ସୁସ୍ଥ ହୋଇଛନ୍ତି । ଏହାକୁ ମିଶାଇ ଦେଶରେ ମୋଟ ସୁସ୍ଥ ସଂଖ୍ୟା ୪,୩୮,୯୩,୫୯୦ରେ ପହଞ୍ଚିଛି । ଏନେଇ କେନ୍ଦ୍ର ସ୍ବାସ୍ଥ୍ୟ ମନ୍ତ୍ରଣାଳୟ ପକ୍ଷରୁ ସୂଚନା ଦିଆଯାଇଛି । ସ୍ବାସ୍ଥ୍ୟ ମନ୍ତ୍ରଣାଳୟର ସୂଚନା ଅନୁଯାୟୀ, ଦେଶରେ ସଂକ୍ରମଣ ଅପେକ୍ଷା ଅଧିକ ସୁସ୍ଥ ହେଉଛନ୍ତି । ସୁସ୍ଥସଂଖ୍ୟା ବଢିବା ସହ ସକ୍ରିୟ ମାମଲା ହ୍ରାସ ପାଉଛି ।

ଆଜିର ନୂଆ ସଂକ୍ରମଣକୁ ମିଶାଇ ମୋଟ ସକ୍ରିୟ ସଂକ୍ରମିତଙ୍କ ସଂଖ୍ୟା ୫୦,୫୯୪ରେ ପହଞ୍ଚିଛି । ଦୈନିକ ପଜିଟିଭ ହାର ୧.୬୭% ରହିଛି ଏବଂ ସାପ୍ତାହିକ ପଜିଟିଭ ହାର ୨.୦୦%କୁ ହ୍ରାସ ପାଇଛି । ଏବେସୁଦ୍ଧା ଦେଶରେ ୮୮.୮୦ କୋଟି କୋରୋନା ଟେଷ୍ଟିଂ କରାଯାଇଛି । ଗତ ୨୪ ଘଣ୍ଟାରେ ୩,୨୧,୯୧୭ ଟେଷ୍ଟିଂ ହୋଇଛି । ଆଜି ପର୍ଯ୍ୟନ୍ତ ୫,୨୮,୦୫୭ ହଜାର କୋରୋନା ସଂକ୍ରମିତ ପ୍ରାଣ ହରାଇଛନ୍ତି । ଦେଶବ୍ୟାପୀ କୋରୋନା ଟୀକାକରଣ ଅଭିଯାନରେ ଭାରତ ମାଇଲଖୁଣ୍ଟ ଅତିକ୍ରମ କରିଛି । ସାରା ଦେଶରେ ଆଜି ପର୍ଯ୍ୟନ୍ତ ୨୧୩ କୋଟିରୁ ଅଧିକ ଡୋଜ୍ ଟୀକାକରଣ କରାଯାଇଛି ।

ଗତ ୨୪ ଘଣ୍ଟା ମଧ୍ୟରେ କେବଳ ୧୮,୮୧,୩୧୯ ଜଣଙ୍କୁ ଟିକା ଦିଆଯାଇଛି । ଏବେ ଲୋକଙ୍କୁ ମାଗଣାରେ ବୁଷ୍ଟର ଡୋଜ ଦିଆଯାଉଛି । ପ୍ରତିଦିନ ଦେଶରେ ୨୨ ଲକ୍ଷରୁ ଅଧିକ ବୁଷ୍ଟର ଡୋଜ ଦିଆଯାଉଥିବା କେନ୍ଦ୍ର ସ୍ବାସ୍ଥ୍ୟମନ୍ତ୍ରୀ ମନସୁଖ ମାଣ୍ଡଭିୟା ସୂଚନା ଦେଇଛନ୍ତି । କୋଭିଡ ଟୀକାକରଣ ଅଭିଯାନକୁ ଆହୁରି ସଫଳ କରିବା ଉଦ୍ଦେଶ୍ୟରେ ଜୁଲାଇ ୧୫ରୁ ‘କୋଭିଡ ଭ୍ୟାକ୍ସିନ ଅମୃତ ମହୋତ୍ସବ’ କାର୍ଯ୍ୟକ୍ରମ ଆରମ୍ଭ ହୋଇଛି । ଯାହାକି ସେପ୍ଟେମ୍ବର ୩୦ ଯାଏଁ ଚାଲିବ । ଏହି କାର୍ଯ୍ୟକ୍ରମ ଅନ୍ତର୍ଗତ ୧୮ ବର୍ଷ ଏବଂ ୭୫ ବର୍ଷ ବୟସରୁ ଊର୍ଦ୍ଧ୍ବ ବ୍ୟକ୍ତିଙ୍କ ମାଗଣା ବୁଷ୍ଟର ଡୋଜ୍ ଦିଆଯାଉଛି ।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking