33.1 C
Bhubaneswar
Saturday, May 11, 2024
Homeକରୋନାଦେଶରେ କମୁଛି କୋରୋନା ସଂକ୍ରମଣ : ଗତ ୨୪ ଘଣ୍ଟାରେ ୫,୧୦୮ ସଂକ୍ରମିତ ଚିହ୍ନଟ

ଦେଶରେ କମୁଛି କୋରୋନା ସଂକ୍ରମଣ : ଗତ ୨୪ ଘଣ୍ଟାରେ ୫,୧୦୮ ସଂକ୍ରମିତ ଚିହ୍ନଟ

ନୂଆଦିଲ୍ଲୀ: ଦେଶରେ କମୁଛି କୋରୋନା ସଂକ୍ରମଣ । କିଛି ଦିନ ହେବ ଦୈନିକ ପଜିଟିଭ ମାମଲାରେ ହ୍ରାସ ସାଧାରଣ ଲୋକଙ୍କୁ ଆଶ୍ବସ୍ତି ଦେଇଛି । ଗତ ୨୪ ଘଣ୍ଟା ମଧ୍ୟରେ ଦେଶବ୍ୟାପୀ ମୋଟ ୫,୧୦୮ ଜଣ ନୂଆ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଗତକାଲି ଏହି ସଂଖ୍ୟା ୪,୩୬୯ ଥିଲା । ଦେଶରେ ସଂକ୍ରମଣ କମୁଥିବାବେଳେ, ପ୍ରତିଦିନ ସୁସ୍ଥ ସଂଖ୍ୟା ବୃଦ୍ଧି ପାଉଛି । ଦିନକରେ ୫,୬୭୫ ଜଣ କୋରୋନାରୁ ସୁସ୍ଥ ହୋଇଛନ୍ତି । ଏହାକୁ ମିଶାଇ ଦେଶରେ ମୋଟ ସୁସ୍ଥ ସଂଖ୍ୟା ୪,୩୯,୩୬,୦୯୨ରେ ପହଞ୍ଚିଛି । ଏନେଇ କେନ୍ଦ୍ର ସ୍ବାସ୍ଥ୍ୟ ମନ୍ତ୍ରଣାଳୟ ପକ୍ଷରୁ ସୂଚନା ଦିଆଯାଇଛି । ସ୍ବାସ୍ଥ୍ୟ ମନ୍ତ୍ରଣାଳୟର ସୂଚନା ଅନୁଯାୟୀ, ଦେଶରେ ସଂକ୍ରମଣ ଅପେକ୍ଷା ଅଧିକ ସୁସ୍ଥ ହେଉଛନ୍ତି । ସୁସ୍ଥସଂଖ୍ୟା ବଢିବା ସହ ସକ୍ରିୟ ମାମଲା ହ୍ରାସ ପାଇ ୪୫,୭୪୯ରେ ପହଞ୍ଚିଛି ।

ଦୈନିକ ପଜିଟିଭ ହାର ୧.୭୦% ରହିଛି ଏବଂ ସାପ୍ତାହିକ ପଜିଟିଭ ହାର ୧.୭୩%କୁ ହ୍ରାସ ପାଇଛି । ଆଜି ପର୍ଯ୍ୟନ୍ତ ୫,୨୮,୨୧୬ ହଜାର କୋରୋନା ସଂକ୍ରମିତ ପ୍ରାଣ ହରାଇଛନ୍ତି । ଏବେ ସୁଦ୍ଧା ଦେଶରେ ୮୯.୦୨ କୋଟିରୁ ଅଧିକ କୋରୋନା ଟେଷ୍ଟିଂ କରାଯାଇଛି । ଦିନକରେ କେବଳ ୩,୫୫,୨୩୧ଟି ଟେଷ୍ଟିଂ ହୋଇଛି । ଦେଶବ୍ୟାପୀ କୋରୋନା ଟୀକାକରଣ ଅଭିଯାନରେ ଭାରତ ମାଇଲଖୁଣ୍ଟ ଅତିକ୍ରମ କରିଛି । ସାରା ଦେଶରେ ଆଜି ପର୍ଯ୍ୟନ୍ତ ୨୧୫ କୋଟିରୁ ଅଧିକ ଡୋଜ୍ ଟୀକାକରଣ କରାଯାଇଛି ।

ଗତ ୨୪ ଘଣ୍ଟା ମଧ୍ୟରେ କେବଳ ୧୯,୨୫,୮୮୧ ଜଣଙ୍କୁ ଟିକା ଦିଆଯାଇଛି । ଏବେ ଲୋକଙ୍କୁ ମାଗଣାରେ ବୁଷ୍ଟର ଡୋଜ ଦିଆଯାଉଛି । ପ୍ରତିଦିନ ଦେଶରେ ୨୦ ଲକ୍ଷରୁ ଅଧିକ ବୁଷ୍ଟର ଡୋଜ ଦିଆଯାଉଥିବା କେନ୍ଦ୍ର ସ୍ବାସ୍ଥ୍ୟମନ୍ତ୍ରୀ ମନସୁଖ ମାଣ୍ଡଭିୟା ସୂଚନା ଦେଇଛନ୍ତି । କୋଭିଡ ଟୀକାକରଣ ଅଭିଯାନକୁ ଆହୁରି ସଫଳ କରିବା ଉଦ୍ଦେଶ୍ୟରେ ଜୁଲାଇ ୧୫ରୁ ‘କୋଭିଡ ଭ୍ୟାକ୍ସିନ ଅମୃତ ମହୋତ୍ସବ’ କାର୍ଯ୍ୟକ୍ରମ ଆରମ୍ଭ ହୋଇଛି । ଯାହାକି ସେପ୍ଟେମ୍ବର ୩୦ ଯାଏଁ ଚାଲିବ । ଏହି କାର୍ଯ୍ୟକ୍ରମ ଅନ୍ତର୍ଗତ ୧୮ ବର୍ଷ ଏବଂ ୭୫ ବର୍ଷ ବୟସରୁ ଊର୍ଦ୍ଧ୍ବ ବ୍ୟକ୍ତିଙ୍କ ମାଗଣା ବୁଷ୍ଟର ଡୋଜ୍ ଦିଆଯାଉଛି ।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking